ବନ୍ଦ ହେବନି ବିଦ୍ୟୁତ ଯୋଗାଣ

ରାଜ୍ୟର ସମସ୍ତ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଅନବରତ ବିଜୁଳି ଯୋଗାଣ ଲାଗି ନିର୍ଦ୍ଦେଶ । ରାଜ୍ୟବ୍ୟାପୀ ନିରବଛିନ୍ନ ବିଦ୍ୟୁତ୍ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ବିଦ୍ୟୁତ ବିତରଣ କମ୍ପାନୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଖରା ତାତି ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ବିଜୁଳି ଯୋଗାଣକୁ ନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଦ୍ୟୁତ ଚାହିଦା ବଢ଼ୁଛି । ପିକ୍ ସମୟରେ ୧୦ ପ୍ରତିଶତ ଅଧିକ ଚାହିଦା ରହୁଛି । ରାଜ୍ୟରେ ବର୍ତ୍ତମାନ ବିଜୁଳି ଯୋଗାଣରେ ଯେଉଁ ସମସ୍ୟା ରହିଛି ତାହା ସାମୁହିକ ସମସ୍ୟା ।ଦିନ ସମୟରେ ବିଜୁଳି ଯୋଗାଣରେ ଯେପରି କୌଣସି ଅସୁବିଧା ନ ହେବ ସେ ନେଇ ଡ଼ିସକମ ମାନଙ୍କୁ ନିର୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ । ସମସ୍ତ ଆଇଆଇପି ବା ବିଦ୍ୟୁତ ଉତ୍ପାଦନ କାରୀ ସଂସ୍ଥା ମାନଙ୍କୁ କୋଇଲା ଯୋଗାଇ ଦେବା ପାଇଁ ନିର୍ଦେଶ ଦିଆଯାଇଛି ।
ଖରା ତାତି ବୃଦ୍ଧି ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ବିଦ୍ୟୁତ୍‌ ବିତରଣ କମ୍ପାନୀଗୁଡ଼ିକୁ ମୁଖ୍ୟ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ସବୁ ବିଦ୍ୟୁତ୍‌ ଉତ୍ପାଦନକାରୀ ସଂସ୍ଥାକୁ କୋଇଲା ଯୋଗାଇବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି। ଏନଟିପିସି ଦର୍ଲିପାଲି ପାଓ୍ୱାର ଷ୍ଟେସନରେ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହେବା ପରେ ବିଦ୍ୟୁତ୍‌ ଶକ୍ତିର ଅଭାବ ଦେଖାଦେଇଛି ।

ଆବଶ୍ୟକ ବିଦ୍ୟୁତ୍‌ ଉତ୍ପାଦନ ହେଉ ନଥିବାରୁ ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ହୋଇଛି । ତେଣୁ ତୁରନ୍ତ ଏହି ଷ୍ଟେସନର ମରାମତି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଦିନ ସମୟରେ ବିଜୁଳି ଯୋଗାଣରେ ଯେପରି କୌଣସି ଅସୁବିଧା ନହେବ ସେନେଇ ଡ଼ିସକମ୍ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Comments (0)
Add Comment