ପୁରୀ ପରେ ଏବେ ମୁଖ୍ୟମନ୍ତ୍ରୀଙ୍କ ଫୋକସରେ କୋଣାର୍କ । କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଅନ୍ତର୍ଜାତୀୟମାନର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି। କୋଣାର୍କ ମନ୍ଦିର ଅଂଚଳର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଚିଠା ଯୋଜନା ପ୍ରସ୍ତୁତ କରିବା ସହ ସାଧାରଣ ଲୋକଙ୍କୁ ୨୧ ଦିନ ମଧ୍ୟରେ ଏ ସମ୍ପର୍କରେ ନିଜର ମତାମତ ଦେବାକୁ ପରାମର୍ଶ ଦେଇଛନ୍ତି।
କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ ଅଞ୍ଚଳରୁ ପର୍ୟ୍ୟଟକ ଆସିଥାନ୍ତି । ତେଣୁ କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଆନ୍ତର୍ଜାତୀୟ ମାନର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କୋଣାର୍କର ଭିତ୍ତିଭୂମିକୁ ନେଇ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅବଗତି ନିମନ୍ତେ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ଉପସ୍ଥାପନା କରାଯାଇଥିଲା। ମନ୍ଦିରର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ୟ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି କାର୍ୟ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି ।
୧୯୮୪ ମସିହାରେ ୟୁନେସ୍କୋ କୋଣାର୍କକୁ ବିଶ୍ୱ ଐତିହ୍ୟର ମାନ୍ୟତା ପ୍ରଦାନ କରିଛି । ଏହି ମହାନ ସାଂସ୍କୃତିକ ବୈଭବର ସୁରକ୍ଷା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ । ମନ୍ଦିରର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ୟ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫ଞ କାର୍ୟ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି । ପ୍ରବେଶସ୍ଥଳରେ ପର୍ୟ୍ୟଟକ ମାନଙ୍କୁ ସ୍ବାଗତ କରିବା ପାଇଁ କୋଣାର୍କ ଏଣ୍ଟ୍ରି ପ୍ଲାଜା ନିର୍ମାଣ କରାଯିବ । ତା ସହିତ ଗାଡିମଟର ପାର୍କିଂ ପାଇଁ ମଲ୍ଟି ମଡେଲ ହବ୍ ନିର୍ମାଣ କରାଯିବ। କୋଣାର୍କ ମୁକ୍ତାକାଶ ରଂଗମଞ୍ଚର ପୁନଃବିନ୍ୟାସ କରାଯିବ। ଐତିହ୍ୟ ଅଞ୍ଚଳର ସୌନ୍ଦର୍ୟ୍ୟକରଣ ସହିତ ପଥଚାରୀମାନଙ୍କ ପାଇଁ ସ୍ବତନ୍ତ୍ର ରାସ୍ତା ମଧ୍ୟ ନିର୍ମାଣ କରାଯିବ। ସାଢ଼େ ତିନି କିଲୋମିଟର ବାହ୍ୟ ରିଙ୍ଗରୋଡକୁ ଛଅ ଥାକିଆ ନିର୍ମାଣ କରାଯିବା ସହିତ ମନ୍ଦିରକୁ ଯାଇଥିବା ସବୁ ରାସ୍ତାର ବିକାଶ କରାଯିବା ଯାତ୍ରୀଙ୍କୁ ନେବାଆଣିବା ପାଇଁ ଭୁବନେଶ୍ୱରରୁ କୋଣାର୍କ ପର୍ୟ୍ୟନ୍ତ ପଏଣ୍ଟର ବିକାଶ କରାଯିବ। ଫେରିବାଲା ମାନଙ୍କୁ ପୁନଃ ଥଇଥାନ କରାଯିବ । ମନ୍ଦିର ସମ୍ମୁଖରେ ଥିବା ତିରିଶ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ ଏବଂ ଲ୍ୟାଣ୍ଡସ୍କାପିଂ କରାଯିବ ।