ରାଜ୍ୟ ସରକାରଙ୍କ ବଡ ଘୋଷଣା । ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏଁ ମିଳିବ ମାଗଣା ଚାଉଳ । ଡିସେମ୍ବରରୁ ମାର୍ଚ୍ଚ ୨୨ ପର୍ୟ୍ୟନ୍ତ ମାସକୁ ୫ କେଜି ଅତିରିକ୍ତ ଚାଉଳ ମାଗଣାରେ ପାଇବେ। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ମାଗଣାରେ ଅତିରିକ୍ତ ୫ କିଲୋ ଗ୍ରାମ ଚାଉଳ ମାଗଣାରେ ବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ତେବେ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀ କୋଭିଡ -୧୯ ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଡିସେମ୍ବର ୨୦୨୧ ରୁ ମାର୍ଚ୍ଚ ୨୦୨୨ ପର୍ୟ୍ୟନ୍ତ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ପାଇବେ। ଏଥିରେ ୯, ୧୫, ୫୩୨ ହିତାଧିକାରୀ ଉପକୃତ ହେବେ। ରାଜ୍ୟର ୨ ଲକ୍ଷ ୮୮ ହଜାର ୫୨୮ ପରିବାରର ୯ ଲକ୍ଷ ୧୫ ହଜାର ୫୩୨ ଜଣ ଉପକୃତ ହେବେ । ଏଥିପାଇଁ ମାସିକ ୪,୫୮୭ ଟନ ଚାଉଳ ଯୋଗାଇ ଦିଆଯିବ । ୪ ମାସରେ ରାଜ୍ୟ କୋଟାରୁ ମୋଟ ୧୮, ୩୧୦.୬୪୦ ଟନ ଚାଉଳ ଯୋଗାଣ ପାଇଁ ରାଜ୍ୟ ସରକାର ୬୮.୧୩ କୋଟି ଟଙ୍କା ନିଜସ୍ୱ ପାଣ୍ଠିରୁ ଖର୍ଚ୍ଚ କରିବେ ।