ସୁପ୍ରିମୋଙ୍କ ‘ଶିମିଳିପାଳ’ ଚିନ୍ତା

ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଏବେ ନିୟନ୍ତ୍ରଣାଧୀନ । ଶିମିିଳିପାଳରେ ନିଆଁ ଲାଗିବା ଘଟଣାକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକ ପରେ ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ନିଆଁ ପ୍ରତି ସତର୍କ ରହିବା ସହିତ ପ୍ରତିଷେଧମୂଳକ ପଦକ୍ଷେପ ନେବାକୁ ଆଜି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଶିମିଳିପାଳ ନିଆଁ ନିୟନ୍ତ୍ରଣାଧୀନ

ମୁଖ୍ୟମନ୍ତ୍ରୀ କହିଛନ୍ତି-ଶିମିଳିପାଳ କେବଳ ଓଡ଼ିଶା ବା ଭରତର ନୁହେଁ ଏହା ସମଗ୍ର ବିଶ୍ଵର ଏକ ଅମୂଲ୍ୟ ସମ୍ପଦ । ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ପ୍ରତିଷେଧ ମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।ଏଥିସହିତ ଶିମିଳିପାଳ ଅଭୟାରଣ୍ୟ ପରିସ୍ଥିତି ସମ୍ପର୍କରେ ସୂଚନା ଦେଇ ସଚିବ ମୋନା ଶର୍ମା କହିଛନ୍ତି ଯେ, ଶିମିଳିପାଳରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ଅଛି । ଏଥିରେ କୌଣସି ଜୀବନ ହାନି ଘଟିନାହିଁ ।ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଏସଓପି ଜାରି କରାଯାଇଛି ।ଅଗ୍ନିକାଣ୍ଡ ସମ୍ପର୍କରେ ପ୍ରତି ସନ୍ଧ୍ୟାରେ ରାଜ୍ୟ ସରକାରଙ୍କୁ ଓ ଜିଲ୍ଲାପାଳଙ୍କୁ ଅବଗତ କରିବା ପାଇଁ ଡିଏଫଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପିସିସିଏଫ୍ ଓ୍ୱାଇଲ୍ଡଲାଇଫ ଘଟଣା ସ୍ଥଳରେ ଉପସ୍ଥିତ ଥିବା ସହିତ ପରିସ୍ଥିତି ଉପରେ ନଜର ରଖିଛନ୍ତି ।

Comments (0)
Add Comment