ବିଏମସି ଭାବୁଛି କରିବ କ’ଣ?

ରାଜଧାନୀରେ ଫେରିବ କଂଟେନମେଂଟ ଜୋନ । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ଖୋର୍ଦ୍ଧାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସେଥିରୁ ଅଧିକାଂଶ ଆକ୍ରାନ୍ତ ହେଉଛନ୍ତି ଭୁବନେଶ୍ୱରର । ତେଣୁ ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଖୁବଶୀଘ୍ର ଆରମ୍ଭ ହେବ କଣ୍ଟେନମେଣ୍ଟ । ସଂକ୍ରମଣ ବଢୁଥିବାରୁ ବିଏମସି ପକ୍ଷରୁ କଟକଣା କଡାକଡି କରାଯିବ ।

ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ୧୮୪୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୦୪୪ ଜଣ ଆକ୍ରାନ୍ତ ବିଏମସି ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଯେଉଁ ଅଞ୍ଚଳରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିଭଳି ଅଞ୍ଚଳର ତାଲିକା ପ୍ରସ୍ତୁତ କରାଯାଇଛି। ଅଧିକ ସ୍କ୍ୱାର୍ଡ ଗଠନ ସହ ଏନ୍ଫୋର୍ସମେଣ୍ଟକୁ କଡାକଡି କରାଯିବ। ସୂଚନା ଦେଲେ ବିଏମସି ଡେପୁଟି କମିଶନର ତଥା ନୋଡାଲ ଅଫିସର ଶୁଭେନ୍ଦୁ କୁମାର ସାହୁ।

ଟେଷ୍ଟିଂ ବୃଦ୍ଧି ଯୋଗୁଁ ସଂକ୍ରମିତ ବଢୁଛି। ସଟଡାଉନ କଥା ମଧ୍ୟ ଆଲୋଚନା ହେଉଛି। କିଛି ନିଷ୍ପତ୍ତି ଯଦିଓ ହୋଇନି ତଥାପି କଣ୍ଟେନମେଣ୍ଟ ଯୋନ ସମ୍ପର୍କରେ ଖୁବଶୀଘ୍ର ନିଷ୍ପତ୍ତି ହେବ। କୋଭିଡ ସଚେତକଙ୍କୁ ଆକ୍ଟିଭ ସହ ଜନସମ୍ପର୍କ ଅଭିଯାନକୁ ତ୍ୱରାନ୍ୱିତ କରାଯାଇଛି। କୌଣସି ବ୍ୟକ୍ତି ସଂକ୍ରମିତ ଚିହ୍ନଟ ହେଉଛନ୍ତି ଆଖପାଖର ପରିବାରକୁ ଚିଠା ମାଧ୍ୟମରେ ଅବଗତ କରିବା ସହ ସଚେତନ ହେବାକୁ ପରାମର୍ଶ ଦିଆଯାଉଛି । ଏନେଇ ସୂଚନା ଦେଲେ ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ।

ସେହିପରି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଭୁବନେଶ୍ୱର ଓ କଟକରେ ଗୋଷ୍ଠୀ ସଂକ୍ରମଣ ପରି ସ୍ଥିତି ଉପୁଜିଲାଣି । ଯେହେତୁ ଏଠି ପ୍ରବାସୀ ଅଧିକ,ତେଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ଜଣେ ଲୋକ ଏକାଧିକ ଲୋକଙ୍କୁ ସଂକ୍ରମିତ କରିପାରେ । ତେବେ ଆକ୍ରାନ୍ତଙ୍କ ପାଇଁ ପର୍ଯ୍ୟାପ୍ତ ବେଡ ଅଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

Comments (0)
Add Comment