ସାରା ଦେଶରେ ସାଂଘାତିକ ହୋଇଛି ସ୍ଥିତି । କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡିଚାଲିଛି । ନିୟନ୍ତ୍ରଣ ବାହାରେ ସଂକ୍ରମଣ । ଆଜି ଦେଶରେ ରେକର୍ଡ ସ୍ତରରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟାରେ ଦେଶରୁ ୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୃତ୍ୟୁ ସଂଖ୍ୟା ୩୫୦୦ ଟପିଛି । ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ।
ଗତ ୨୪ ଘଂଟାରେ ଦେଶରୁ ୪ଲକ୍ଷ ୧ହଜାର ୯୩୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ମାମଲାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୯୧ଲକ୍ଷ ୬୪ହଜାର ୯୬୯ରେ ପହଁଚିଛି । ଅନ୍ୟପଟେ ଗତ ୨୪ଘଂଟାରେ ୩ହଜାର ୫୨୩ଜଣଙ୍କ ଜୀବନ ନେଇଛି ଘାତକ ମହାମାରୀ । ସେହିଭଳି ଦିନକରେ କରୋନାରେ ପ୍ରାଣ ହରାଇଛନ୍ତି ୩ ହଜାର ୫୨୩ ଜଣ । ବିଶ୍ୱରେ ଚିହ୍ନଟ ମୋଟ ସଂକ୍ରମଣ ମାମଲାର ୪୦ ପ୍ରତିଶତ କେସ୍ ପ୍ରତିଦିନ ଭାରତରେ ଚିହ୍ନଟ ହେଉଛି ।
ଦିଲ୍ଲୀ ଓ ମହାରାଷ୍ଟ୍ରରେ ସ୍ଥିତି ଏବେବି ଚିନ୍ତାଜନକ ରହିଛି । ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୨୭ ହଜାର ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୩୭୫ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ମହାରାଷ୍ଟ୍ରରେ ଦିନକରେ ୬୨ ହଜାର ୯୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୨୮ ଜଣଙ୍କ ମୃତ୍ୟୁ ହୋଇଛି । ଗତ ୨୪ ଘଂଟାରେ ଦେଶରେ ୨୭ ଲକ୍ଷ ୪୪ହଜାର ୪୮୫ଜଚ୍ଚଙ୍କୁ ଦିଆଯାଇଛି କରୋନା ଟିକା । ଆଜି ସୁଦ୍ଧା ଦେଶରେ ୧୫କୋଟି ୪୯ଲକ୍ଷ ୮୯ହଜାର ୬୩୫ଜଣଙ୍କୁ ଦିଆସରିଛି ଟିକା ।