ସାରା ଦେଶରେ ଆରମ୍ଭ ହୋଇଗଲାଣି ତୃତୀୟ ଲହର । ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୪୧,୯୮୬ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୨୮୫ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୫୩,୬୮,୩୭୨ରେ ପହଞ୍ଚିଛି ।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୦,୮୯୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୪,୧୨,୭୪୦ । ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୭୨,୧୬୯ । ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍’ ସଂକ୍ରମଣ ସଂଖ୍ୟା ମଧ୍ୟ ୩,୦୭୧ରେ ପହଞ୍ଚିଛି ।
ତେବେ ଦେଶରେ ଏଯାବତ୍ ୩,୦୭୧ ଓମିକ୍ରନ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହେଲେଣି । ମହାରାଷ୍ଟ୍ରରୁ ୮୭୬ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦିଲ୍ଲୀରୁ ୫୧୩, କର୍ଣ୍ଣାଟକରୁ ୩୩୩, ରାଜସ୍ଥାନରୁ ୨୯୧, କେରଳରୁ ୨୮୪, ଗୁଜରାଟରୁ ୨୦୪, ତାମିଲନାଡୁରୁ ୧୨୧, ହରିୟାଣାରୁ ୧୧୪ ।
ଅନ୍ୟପଟେ ରାଜ୍ୟରେ ଆଜି ରାଜ୍ୟରେ ଦିନକରେ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୧୪୮, ଲୋକାଲ୍ କେସ୍ ୧୫୩୧ ଜଣ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୩୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ୬୬ ହଜାର ୧୫୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୧୨୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସୁନ୍ଦରଗଡ଼- ୫୮୨, ସମ୍ବଲପୁର- ୩୭୨, କଟକ- ୩୧୦, ଷ୍ଟେଟ୍ ପୁଲ୍- ୨୮୯, ଝାରସୁଗୁଡ଼ା- ୧୩୪, ପୁରୀ- ୧୦୦, ମୟୂରଭଞ୍ଜ- ୮୦, ଯାଜପୁର- ୭୮, ଅନୁଗୁଳ- ୫୫, ବରଗଡ଼- ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।