୨୪ ଘଣ୍ଟାର କରୋନା ଗ୍ରାଫ୍

ଦେଶରେ ୨୪ ଘଂଟାରେ ୨ ଲକ୍ଷ ୬୮ହଜାରରୁ ଅଧିକ ସଂକ୍ରମିତ ,୪୦୨ମୃତ୍ୟୁ ରେକର୍ଡ କରାଯାଇଛି । ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୪,୬୩୧ ଅଧିକ ରହିଛି। ଦେଶରେ ଦୈନିକ ପଜିଟିଭିଟି ହାର ୧୬.୬୬% ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୬୮,୫୦,୯୬୨ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟାରେ ହୋଇଥିବା ୪୦୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୫,୭୫୨ରେ ପହଞ୍ଚିଛି ।
ସେହିପରି ଗତ ୨୪ ଘଣ୍ଟାରେ ହୋଇଥିବା ୪୦୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୫,୭୫୨ରେ ପହଞ୍ଚିଛି । ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୧୭,୮୨୦ । ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୬,୦୪୧ରେ ପହଞ୍ଚିଛି ।
ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦୈନିକ ସଂକ୍ରମଣରେ ଲଗାତାର ୧୦ ହଜାର ପ୍ଲସ୍ ଟ୍ରେଣ୍ଡ ଜାରି ରହିଥିବା ବେଳେ ଆକ୍ଟିଭ୍ କେସ୍ ୫୦ ହଜାର ପାର୍ କରିଛି।ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୮୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୨୧ ଜଣ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩,୪୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟରେ ରହିଛି ସୁନ୍ଦରଗଡ଼। ସୁନ୍ଦରଗଡ଼ରୁ୧୯୪୩ ଆକ୍ରାନ୍ତ ଚିହ୍କଟ ହୋଇଥିବା ବେଳେ କଟକରୁ ୯୦୯, ଷ୍ଟେଟ୍‌ପୁଲରୁ ୭୧୨, ସମ୍ବଲପୁରରୁ ୫୦୦, ମୟୂରଭଞ୍ଜରୁ ୩୭୬ ଓ ବାଲେଶ୍ୱରରୁ ୩୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

Comments (0)
Add Comment