ଖୋର୍ଦ୍ଧାରୁ ୧୫୭ ଜଣ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ରାଜ୍ୟରେ ୨୪ ଘଂଟାରେ ୩୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୧୨ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୫୩ଜଣ । ୧୮ ବର୍ଷରୁ କମ୍ ୫୬ ଜଣ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୪, ମୟୂରଭଂଜ ୨୩ ଜଣ, ଜଗତସିଂହପୁରରୁ ୧୩, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୫୯୫ରେ ପହଞ୍ଚିଛି । ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୭ ହଜାର ୬୫୪ ଜଣ । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୫୬୩ଜଣ ।

Comments (0)
Add Comment