ପିପିଲିରେ କିଏ ମାରିବ ବାଜି ?

ପିପିଲିରେ କିଏ ମାରିବ ବାଜି ? କାହାର ହେବ ପିପିଲି ? ଜି ପ୍ରକାଶ ପାଇବ ପିପିଲି ଉପନିର୍ବାଚନ ଫଳାଫଳ । ସକାଳ ୮ରୁ ପୋଷ୍ଟାଲ ବାଲାଟ ଗଣତି ଆରମ୍ଭ ହୋଇଥିବା ବେଳେ, ୮ଟା ୩୦ରୁ ଇଭିଏମ ଭୋଟ ଗଣତି ଆରମ୍ଭ ହୋଇଛି । ରୁଦ୍ର ମହାରଥୀ, ଆଶ୍ରିତ ପଟ୍ଟନାୟକ ଓ ବିଶ୍ୱକେଶନ ହରିଚନ୍ଦନଙ୍କ ମଧ୍ୟରେ ଟକ୍କର ହୋଇଥିବା ବେଳେ କିଏ ମାରିବ ମାରିବ ବାଜି, ରହିଛି ସମସ୍ତଙ୍କ ନଜର ।
ଭୋଟ ଗଣତି ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଭିତରେ ୧୪ଟି ଟେବୁଲରେ ୨୪ ରାଉଣ୍ଡ ଗଣତି ଚାଲିଛି । ସୁରକ୍ଷା ବ୍ୟବସ୍ଥା ପାଇଁ ୬୨ ଅଧିକାରୀ ନିୟୋଜିତ ହୋଇଛନ୍ତି । ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପନିର୍ବାଚନର ଆବଶ୍ୟକତା ପଡ଼ିଥିଲା । କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ପ୍ରଥମେ ଏବଂ କରୋନାର ଦ୍ୱିତୀୟ ଲହର ଯୋଗୁ ଦ୍ୱିତୀୟ ଥର ଲାଗି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା। ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ସେପ୍ଟେମ୍ବର ୩୦ରେ ଭୋଟ୍ ଗ୍ରହଣ ହୋଇଥିଲା। ପିପିଲି ନିର୍ବାଚନ ମଣ୍ଡଳୀର ୨ଲକ୍ଷ ୨୯ ହଜାର ୯୯୮ ଭୋଟର ମତାଧିକାର ସାବ୍ୟସ୍ତ କରିଛନ୍ତି। ଯାହାର ଫଳ ଆଜି ପ୍ରକାଶ ପାଇବ।

Comments (0)
Add Comment