ଦିନକରେ ଚିହ୍ନଟ ହେଲେ ୫୮୨ ଆକ୍ରାନ୍ତ, ଗଲା ୭ ଜୀବନ

ପାର୍ବଣ ଋତୁ ଆସୁଥିବା ବେଳେ ଉପରତଳ ହେଉଛି କରୋନା ଗ୍ରାଫ୍ । ଦୁଇ ଦିନ ହେବ ରାଜ୍ୟରେ ୫୦୦ ଉପର ରହୁଛି ସଂକ୍ରମଣ । ୨୪ ଘଂଟାରେ ୫୮୨ ନୂଆ ଆକ୍ରାନ୍ତ ଚିହ୍ନଟ । ଶୁନରୁ ୧୮ ବର୍ଷ ଭିତରେ ୮୩ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୩୩୭ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୪୫ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
ଖୋର୍ଦ୍ଧାରୁ ୨୮୨ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୯ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୧ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୯୯୪ ରେ ପହଞ୍ଚିଛି ।

୨୪ ଘଣ୍ଟାରେ ୫୮୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୩୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ, ଜଗତସିଂହପୁର, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments (0)
Add Comment