କେମିତି ହେବ ଯୁକ୍ତ ଦୁଇ ମୂଲ୍ୟାୟନ, କ’ଣ କହିଲେ ମନ୍ତ୍ରୀ?

ଯୁକ୍ତ ୨ ମୂଲ୍ୟାୟନ ନେଇ ଗଠନ କରାଯିବ ବିଶେଷଜ୍ଞ କମିଟି । ୧୫ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଏହି କମିଟି ଗଠନ କରାଯିବ । ଛାତ୍ରଛାତ୍ରୀଙ୍କୁ କେମିତି ମାର୍କ ଦିଆଯିବ ସେ ନେଇ ତର୍ଜମା କରିବ କମିଟି । କେମିତି ମୂଲ୍ୟାୟନ କରାଯିବ କମିଟି ବିଚାର କରିବ । କମିଟି ମତ ରଖିବା ପରେ ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ ବାହାର କରାଯିବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

ସିବିଏସଇ ପଲିସିକୁ ଅନୁଧ୍ୟାନ କରି କମିଟି ସଦସ୍ୟମାନେ ତର୍ଜମା କରିବେ । ଏହା ପରେ ନିଷ୍ପତ୍ତି ହେବ ଯେ କେଉଁ ଆଧାରରେ ମାର୍କ ଦିଆଯିବ ଓ ଫଳ ପ୍ରକାଶ କରାଯିବ । ସିବିଏସଇ ଓ ଆଇସିଏସଇ ରେଜଲ୍ଟ ଯେୁଁ ସମୟରେ ବାହାରିବ ସେହି ସମୟରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ରାଜ୍ୟର ଛାତ୍ରଛାତ୍ରୀ ଯେମିତି ଅସୁବିଧାର ସମ୍ମୁଖୀନ ନହୁଅନ୍ତି ସେନେଇ ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

କରୋନାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲ ଯେ ପରୀକ୍ଷା ଅପେକ୍ଷା ପିଲାଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ। ତେବେ ଯେଉଁ ଛାତ୍ରଛାତ୍ରୀ ସେମାନଙ୍କ ମୂଲ୍ୟାୟନରେ ଅସନ୍ତୁଷ୍ଟ ହେବେ, ସେମାନେ ପରୀକ୍ଷା ଦେଇପାରିବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। କରୋନା ସ୍ଥିତି ସୁଧୁରିବା ପରେ ସେମାନେ ପରୀକ୍ଷା ଦେଇପାରିବେ ବୋଲି କୁହାଯାଇଛି ।

Comments (0)
Add Comment