୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ

ରାଜ୍ୟରେ ପୌରନିର୍ବାଚନ ବିଳମ୍ବ ମାମଲା । ବିଭିନ୍ନ ପୌରାଞ୍ଚଳର ନିର୍ବାଚନ ବିଳମ୍ବ ପ୍ରସଂଗକୁ ନେଇ ଦାୟର ତିନୋଟି ପୃଥକ ମାମଲାର ହାଇକୋର୍ଟ ଏକତ୍ର ଶୁଣାଣି କରିଛନ୍ତି । ଶୁଣାଣି ପ‌ରେ ରାଜ୍ୟ ନିର୍ବାଚନ କମିସନ ଓ ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଛନ୍ତି ହାଇକୋର୍ଟ ।
କଟକ, ପୁରୀ ଓ ଭୁବନେଶ୍ବରରେ ପୌରାଞ୍ଚଳ ନିର୍ବାଚନ ପାଇଁ ତୁରନ୍ତ ବିଜ୍ଞପ୍ତି ପ୍ରକାଶ ପାଇଁ ନିର୍ଦ୍ଦେଶ ପ୍ରଦାନ କରାଯାଉ ବୋଲି ଆବେଦନରେ ଦର୍ଶାଯାଇଥିଲା । ପୌର ପରିଷଦର ନିର୍ବାଚିତ ସଦସ୍ୟଙ୍କ ୫ ବର୍ଷିଆ କାର୍ୟ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ ହେବା କଥା । କିନ୍ତୁ ଇତି ମଧ୍ୟରେ ତିନି ବର୍ଷ ବିତିବାକୁ ବସିଥିବା ବେଳେ ପୌର ନିର୍ବାଚନ କରାଯାଉ ନାହିଁ । ପୂର୍ବତନ ମନ୍ତ୍ରୀ ସମୀର ଦେ, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଓ ପୂର୍ବତନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରସନ୍ନ କୁମାର ମିଶ୍ରଙ୍କ ଆବେଦନକୁ ବିଚାର ପାଇଁ ଗ୍ରହଣ କରି ହାଇକୋର୍ଟ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରି ୪ସପ୍ତାହ ଭିତରେ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Comments (0)
Add Comment