୧୧ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ

ଆଜି ବି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ୧୧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏଁ ତାତି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତକାଲି ବୌଦ୍ଧ ରାଜ୍ୟର ସବୁଠୁ ଉତପ୍ତ ସହର ହୋଇଥିଲା । ଚଳିତ ବର୍ଷର ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ୮ ସହରରେ ତାତି ୪୪ ଡିଗ୍ରୀ କିମ୍ବା ଅଧିକ ରେକର୍ଡ ହୋଇଥିଲା । ରାଜ୍ୟର ୨୫ ସହରରେ ଦିନର ତାତି ୪୦ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିଲା । ସେହିପରି ୧୩ ସହରରେ ତାତି ୪୩ ଡିଗ୍ରୀ ଉପରେ ରହିଥିଲା ।

Comments (0)
Add Comment