ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ହି ଲଘୁଚାପ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବା ସମ୍ଭାବନା ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କାର୍ୟ୍ୟାଳୟ।
ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଓ୍ୱାର୍ଣ୍ଣିଂ ଜାରି କରିଛି । ଆଜି ପାଇଁ ୧୭ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି । ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ । ୧୩ ତାରିଖ ବେଳକୁ ବର୍ଷା ବଢ଼ିପାରେ। ଆଭ୍ୟନ୍ତରିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ସମୁଦ୍ରରେ ୪୫ରୁ ୬୫ କିମି ପର୍ୟ୍ୟନ୍ତ ପବନ ବୋହିପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କ ଲାଗି ସତର୍କ ସୂଚନା ଜାରି କରାଯାଇଛି ।