ଆସନ୍ତା ୩୦ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୨ରୁ ୪ ତାରିଖ ମଧ୍ୟରେ ବର୍ଷା ହେବା ସମ୍ଭାବନା ରହିଛି ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ୨ ତାରିଖରୁ ପୁଣି ଓଡ଼ିଶାରେ ଲଘୁଚାପ ବର୍ଷା ସମ୍ଭାବନା ।
ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଲଘୁଚାପ ସୃଷ୍ଟି ହେବା ପରେ ଏହାର ପ୍ରଭାବ କଣ ରହିବ ତାହା ଜଣାପଡିବ । ଏହାର ତ୍ରୀବତା ଓ ଗତିପଥ ବାବଦରେ ଏବେଠୁ ପୂର୍ବାନୁମାନ କରିହେବନି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଏହା କେଉଁ ଦିଗକୁ ଗତି କରିବ ଓ କଣ ଏହାର ପ୍ରଭାବ ରହିବ ସେ ବାବଦରେ ସ୍ପଷ୍ଟ ସୂଚନା ମିଳିଯିବ ବୋଲି କହିଛନ୍ତି ମୃତ୍ୟୁଞ୍ଜୟ ମହାପାତ୍ର ।
ଏହାର ପ୍ରଭାବରେ ଆସନ୍ତା ୨ ତାରିଖରୁ ବଙ୍ଗୋପସାଗର ଅଶାନ୍ତ ହେବ । େତେଣୁ ମତ୍ସ୍ୟଜୀବୀ ମାନେ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦେଇଛନ୍ତି ଆଇଏମଡି ଡିଜି । ଆସନ୍ତା ୪ ତାରିଖ ବେଳକୁ ଏହା ଘନୀଭୂତ ହୋଇ ଉପକୂଳ ମୁହାଁ ହୋଇପାରେ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଏପରିକି ଏହି ଲଘୁଚାପ କ୍ଷେତ୍ର ସାଇକ୍ଲୋନିକ ଡିଷ୍ଟରବାନ୍ସରେ ପରିଣତ ହେବାର ସଂକେତ ମିଳୁଥିବା କହିଛନ୍ତି ଆଇଏମଡି ଡିଜି ।