୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଆଗାମୀ ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୬ ଓ ୧୭ ତାରିଖରେ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟର ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ମୁକାବିଲା ପାଇଁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତଥର କମ ବର୍ଷା କାରଣରୁ ବିଭିନ୍ନ ସ୍ଥ୍ାନରେ ଜମି ଫାଟି ଆଁ କଲାଣି । ଶୁଖିଲା ପଡିଛି ଜମି । ତେଣୁ ଏହି ବର୍ଷା ଚାଷୀକୁ କିଛଇ ମାତ୍ରାରେ ଆଶ୍ୱସ୍ତି ଦେଇପାରେ ।

Comments (0)
Add Comment