ବିନା ଦର୍ଶକରେ ଆଇପିଏଲ୍

ବିନା ଦର୍ଶକରେ ଖେଳାଯିବ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ର ୧୪ ତମ ସଂସ୍କରଣ । ବିସିସିଆଇ ଉପ ସଭାପତି ରାଜୀହ ଶୁକ୍ଳା ସୂଚନା ଦେଇଛନ୍ତି । କରୋନା ସଂକ୍ରମଣ ବଢୁଥିବା ଦେଖି ବିସିସିଆଇ ଏନେଇ ବଡ ନିଷ୍ପତ୍ତି ନେଇଛି । ଗତବର୍ଷ ଭଳି ଏଥର ବି ବିନା ଦର୍ଶକରେ ଖେଳାଯିବ ଆଇପିଏଲ୍ ।

ଦେଶରେ ଏବେ କରୋନା ସଂକ୍ରମଣ ପୁଣି ଥରେ ବଢିବାରେ ଲାଗିଛି । ବିଶେଷ କରି ମହାରାଷ୍ଟ୍ରରେ ସଂକ୍ରମଣ ସୀମା ଲଙ୍ଘିବାରେ ଲାଗିଲାଣି । ତେଣୁ ଏପରି ସ୍ଥିତିରେ ଷ୍ଟାଡିୟମରେ ଦର୍ଶକ ଭର୍ତ୍ତି ହେବା ଦ୍ୱାରା ସଂକ୍ରମଣ ବଢିବାର ଆଶଙ୍କା ରହୁଛି । ତେଣୁ ଏହା ଉପରେ ଦୃଷ୍ଟି ରଖି ଗତବର୍ଷ ଭଳି ଏଥର ମଧ୍ୟ ବିନା ଦର୍ଶକରେ ଆଇପିଏଲ୍ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛି ବିସିସିଆଇ ।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରତି ଟିମରେ ଖେଳାଳିଙ୍କ ସଂଖ୍ୟା ଯଥେଷ୍ଟ ବୃଦ୍ଧି କରାଯାଇଛି । ସମସ୍ତ ଖେଳାଳିଙ୍କୁ ଟିକାକରଣ କରିବା ପାଇଁ ବିସିସିଆଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସହ ଆଲୋଚନା କରୁଥିବା ସୂଚନା ଦେଇଛନ୍ତି ରାଜୀବ ଶୁକ୍ଳା । ପୂର୍ବଭଳି ବାୟୋ-ବବଲ ଭିତରେ ରହି ଖେଳାଳିମାନେ ଆଇପିଏଲ୍ ଖେଳିବେ । ବିସିସିଆଇ ମଧ୍ୟ ଖେଳାଳିଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେଉଛି । କେବଳ ୬ଟି ଷ୍ଟାଡିୟମରେ ଏଥର ସମସ୍ତ ଆଇପିଏଲ୍ ମ୍ୟାଚ୍ ଆୟୋଜନ ହେବ ବୋଲି ରାଜୀବ ଶୁକ୍ଲା ସୂଚନା ଦେଇଛନ୍ତି ।

Comments (0)
Add Comment