ରାଜ୍ୟରେ କରୋନାର ଦ୍ୱିତୀୟ ଲହରକୁ ନେଇ ଚିନ୍ତା କମୁନି। ଦୈନିକ ସଂକ୍ରମଣ ହାର ଏବେ ବି ଦେଢ ହଜାର ଉପରେ ରହୁଥିବା ଦେଖିବାକୁ ମିଳିଛି। ଗତ ୨୪ ଘଂଟାରେ ୧୬୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୯୩୯ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୬୯୦ ରହିଛି । ଖୋର୍ଦ୍ଧାରୁ ୫୩୨, ଅନୁଗୁଳରୁ ୪୪ ଜଣ, ବାଲେଶ୍ୱରରୁ ୯୩ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୭୬ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୨, କଟକରୁ ୧୬୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୯ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୮୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୫ପଜିଟିଭ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ଆଉ ୬୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି। ସୁନ୍ଦରଗଡ଼଼ ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଛନ୍ତି । ଅନୁଗୁଳ, କଟକ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ବୌଦ୍ଧ, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।