ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ । ସଂକ୍ରମଣ ହାର ମଧ୍ୟ ହ୍ରାସ ପାଉଛି । ସଂକ୍ରମଣ ହାର ୪ ଦଶମିକ ୯୭ ପ୍ରତିଶତକୁ ଖସି ଆସିଛି । ତେବେ ଏବେ ୪ ଜିଲ୍ଲା ରେଡ ଜୋନରେ ଅଛନ୍ତି । ଖୋର୍ଦ୍ଧା,କଟକ, ଯାଜପୁର, ବାଲେଶ୍ୱର । ଏହି ଜିଲ୍ଲାରେ ସଂକ୍ରମଣ ହାର ଅଧିକ ରହିଛି । ତେବେ ସଂକ୍ରମଣ ତାଲିକାର ଉପରେ ଥିବା ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ଏହି ଜିଲ୍ଲାରୁ ୨୪ ଘଣ୍ଟା ମଧ୍ୟରେ ୩୮୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ହେଲେ ମୃତ୍ୟୁସଂଖ୍ୟା ଏବେ ବି ୪୦ ଉପରେ ରହୁଛି ।
ରାଜ୍ୟରେ ଗତ ୨୪ ଘଂଟାରେ ୬୧ ହଜାର କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୩ ହଜାର ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩୮୧, ଅନୁଗୁଳରୁ ୧୨୧ ଜଣ, ବାଲେଶ୍ୱରରୁ ୨୯୦ ଜଣ, ବରଗଡ଼ରୁ ୩୯ ଜଣ, ଭଦ୍ରକରୁ ୧୩୫ ଜଣ, ବଲାଙ୍ଗୀରରୁ ୩୦ ଜଣ, ବୌଦ୍ଧରୁ ୪୦ ଜଣ, କଟକରୁ ୨୯୫ ଜଣ, ଦେବଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୯୦ ଜଣ, ଗଜପତିରୁ ୨୫ ଜଣ, ଗଞ୍ଜାମରୁ ୨୬ ଜଣ, ଜଗତସିଂହପୁରରୁ ୧୦୭ ଜଣ, ଯାଜପୁରରୁ ୨୨୬ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, କଳାହାଣ୍ଡିରୁ ୩୯ ଜଣ, କନ୍ଧମାଳରୁ ୩୮ ଜଣ, କେନ୍ଦ୍ରାପଡ଼ାରୁ ୧୧୮ ଜଣ, କେନ୍ଦୁଝରରୁ ୬୮ ଜଣ, କୋରାପୁଟରୁ ୬୮ ଜଣ, ମାଲକାନଗିରିରୁ ୪୩ ଜଣ, ମୟୁରଭଞ୍ଜରୁ ୧୬୭ ଜଣ, ନବରଙ୍ଗପୁରରୁ ୬୩ ଜଣ, ନୟାଗଡ଼ରୁ ୧୪୦ ଜଣ, ନୂଆପଡ଼ାରୁ ୨୦ ଜଣ, ପୁରୀରୁ ୧୮୦ ଜଣ, ରାୟଗଡ଼ାରୁ ୪୪ ଜଣ, ସମ୍ୱଲପୁରରୁ ୩୦ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିପରି ୪୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବରଗଡ଼ ଓ କଟକରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଝାରସୁଗୁଡ଼ା ଓ ପୁରୀରୁ ୪ ଜଣ ଲେଖାଏ, ଗଂଜାମ ଓ କୋରାପୁଟରୁ ୩ ଜଣ ଲେଖାଏ, ଗଂଜାମ ଓ କୋରାପୁଟରୁ ୩ ଜଣ ଲେଖାଏ, ଝାରସୁଗୁଡ଼ା ଓ ପୁରୀରୁ ୪ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହପରି ବଲାଙ୍ଗିର, ବୌଦ୍ଧ, ସମ୍ବଲପୁର, ସୁନ୍ଦରଗଡ଼ରୁ ୨ ଲେଖାଏ ରୋଗୀ ଆଖି ବୁଜିଥିବାବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏ ରୋଗୀଙ୍କ ମୃତ୍ୟୁ ଘଟିଛି।