୨ ହଜାର ତଳକୁ ଖସିଲା ସଂଖ୍ୟା

ରାଜ୍ୟରେ କରୋନା ଗ୍ରାଫ ଖସିବାରେ ଲାଗିଛି । ୨ ହଜାର ତଳକୁ ଖସିଛି ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ହାର ମଧ୍ୟ ୩ ପ୍ରତିଶତ ତଳେ ରହିଛି । ହେଲେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢିବାରେ ଲାଗିଛି । ଆଜି ସ୍ୱାସ୍ଥ୍ର୍ୟବିଭାଗ ପକ୍ଷରୁ ଆଉ ୬୩ ମୃତ୍ୟୁରହିସାବ ଦିଆଯାଇଛି ।

ରାଜ୍ୟରେ ଗତ ୨୪ ଘଂଟାରେ ୭୨ ହଜାର ୭୫୪ ନମୂନା ପରୀକ୍ଷା ହୋଇଥିବା ବେଳେ ୧୯ ଶହ ୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୨.୭୩% । ଖୋର୍ଦ୍ଧାରୁ ସର୍ବାଧିକ ୩୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହା ସର୍ବାଧିକ । ସେହିପରି କଟକରୁ ୨୯୭, ଯାଜପୁରରୁ ୧୪୧, ବାଲଶ୍ୱରରୁ ୧୮୧, ମୟୂରଭଂଜରୁ ୧୧୦, ପୁରୀରୁ ୧୪୪, ଜଗତସିଂହପୁରରୁ ୮୯, ନୟାଗଡରୁ ୭୮, ସୁନ୍ଦରଗଡରୁ ୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଆଜି ଆଉ ୬୩ ମୃତ୍ୟୁର ହିସାବ ଦିଆଯାଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ଗଞ୍ଜାମ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର , ଜଗତସିଂହପୁର, କେନ୍ଦୁଝର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବଲାଙ୍ଗୀର, ଗଜପତି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୧୭୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୫୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୨୪୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୬୪୧୨୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment