ସଂକ୍ରମଣ: କମୁଛି,ବଢୁଛି

ରାଜ୍ୟରେ ସଂକ୍ରମଣ କମୁଛି ବଢୁଛି । ପୁଣି ୨ ହଜାର ଅତିକ୍ରମ କରିଛି ସଂକ୍ରମିତଙ୍କ ସଂଖ୍ୟା ।ଗତ ୨୪ ଘଂଟାରେ ୨ ହଜାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ପୁଣି ୫ ଶହ ଟପିଛି ।ଗତ ୨୪ ଘଂଟାରେ ୭୦ ହଜାର ୪୭୬ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୨ ହଜାର ୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୭୩ ଜଣ, ବାଲେଶ୍ୱରରୁ ୧୧୩ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ୧୭୩ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୨୧୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୪୧ ଜଣ, ଗଜପତିରୁ ୧୯ ଜଣ, ଗଞ୍ଜାମରୁ ୧୪ ଜଣ, ଜଗତସିଂହପୁରରୁ ୧୦୮ ଜଣ, ଯାଜପୁରରୁ ୧୩୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୯୪ ଜଣ, କେଉଁଝରରୁ ୨୪ ଜଣ, କୋରାପୁଟରୁ ୧୬ ଜଣ, ମାଲକାନଗିରିରୁ ୧୯ ଜଣ, ମୟୁରଭଞ୍ଜରୁ ୮୪ ଜଣ, ନବରଙ୍ଗପୁରରୁ ୧୮ ଜଣ, ନୟାଗଡ଼ରୁ ୬୦ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୦୬ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ୱଲପୁରରୁ ୩୬ ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ୫୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ ରହିଛନ୍ତି । ମୟୁରଭଞ୍ଜ, ବରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ମାଲକାନଗିରି ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments (0)
Add Comment