ରାଜ୍ୟରେ କରୋନା ସଂକ୍ରମଣର ପ୍ରଭାବ କମୁଥିବା ଲକ୍ଷ୍ୟ କରାଯାଉଛି। ତଥାପି ସଂକ୍ରମିତଙ୍କ ସଂଖ୍ୟା ୧୦୦୦ ତଳକୁ ଏଯାଏ ଖସି ନାହିଁ। ୬୯ହଜାର ୪୨୭ ନମୂନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ରେଟ ରହିଛି ୧ ଦଶମିକ ୭୯ ପ୍ରତିଶତ ।
ଖୋର୍ଦ୍ଧାରୁ ସର୍ବାଧିକ ୩୯୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୭୭, ଜଗତସିଂହପୁରରୁ ୮୮, ଯାଜପୁରରୁ ୫୦, ବାଲେଶ୍ୱରରୁ ୪୯ , ପୁରୀରୁ ୬୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଦେବଗଡ଼ରୁ ୧,ଢେଙ୍କାନାଳରୁ ୨୯, ଗଜପତିରୁ ୩, ଗଂଜାମରୁ ୨, ଜଗତସିଂହପୁରରୁ ୮୮,ଯାଜପୁରରୁ ୫୦, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୨, କନ୍ଧମାଳରୁ ୫,କେନ୍ଦ୍ରାପଡ଼ାରୁ ୩୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ସେହିପରି ରାଜ୍ୟରେ ପୁଣି ୬୯ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।