ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ । କିନ୍ତୁ ମୃତ୍ୟୁ ସଂଖ୍ୟା କମୁନି । ଦୈନିକ କରୋନା ମୃତ୍ୟୁ ସଂଖ୍ୟା ୪୦ ଉପରେ ରହୁଛି । ତେବେ ଖୋର୍ଦ୍ଧାରେ ହଜାରେ ତଳକୁ ସଂକ୍ରମ୍ରିତଙ୍କ ସଂଖ୍ୟା ଖସିଥିବା ବେଳେ ପୁଣି ଗତ ୨୪ ଘଂଟାରେ ହଜାରେ ଉପରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଖୋର୍ଦ୍ଧାରୁ ୭୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
ଗତ ୨୪ ଘଂଟାରେ ରାଜ୍ୟରେ ୬୯ ହଜାର ୬୩୮ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୬ ହଜାର ୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ଖୋର୍ଦ୍ଧାରୁ ୧ହଜାର ୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୪୭, ଯାଜପୁରରୁ ୪୩୪, ବାଲେଶ୍ୱରରୁ ୩୯୨, ଅନୁଗୁଳରୁ ୨୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗିରରୁ ୭୭, ବୌଦ୍ଧରୁ ୧୩୦, ଦେବଗଡ଼ରୁ ୨୮, ଢେଙ୍କାନାଳରୁ ୭୩, ଗଜପତିରୁ ୪୮, ଗଞ୍ଜାମରୁ ୪୫, ଜଗତସିଂହପୁରରୁ ୨୨୬, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୭୭, କନ୍ଧମାଳରୁ ୧୧୨, କେନ୍ଦ୍ରାପଡ଼ାରୁ ୨୫୩, କେନ୍ଦୁଝରରୁ ୧୨୩, କୋରାପୁଟରୁ ୧୨୬, ମାଲକାନଗିରିରୁ ୮୪, ମୟୂରଭଞ୍ଜରୁ ୨୯୭, ନବରଙ୍ଗପୁରରୁ ୧୪୬, ନୟାଗଡ଼ରୁ ୧୨୦, ନୂଆପଡ଼ାରୁ ୧୭, ପୁରୀରୁ ୨୯୧, ରାୟଗଡ଼ାରୁ ୧୨୦, ସମ୍ବଲପୁରରୁ ୧୦୧, ସୋନପୁରରୁ ୬୪ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୦୮ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ୪୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ଅନୁଗୋଳ, ବରଗଡ଼, କଟକ, ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡି, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ଜୀବନ ଯାଇଛି। ବଲାଙ୍ଗିର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟର ଦୈନିକ କରୋନା ସଂକ୍ରମଣ ମିଶି ମୋଟ ସଂକ୍ରମଣ ସଂଖ୍ୟା ରହିଛି ୮ଲକ୍ଷ ୩୭ ହଜାର ୨୨୬ । ସୁସ୍ଥ ହୋଇଛନ୍ତି ୭ଲକ୍ଷ ୬୪ ହଜାର ୬୭୩ଜଣ । ଏବେବି କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ୬୯ ହଜାର ୩୩୩ଜଣ ।