ରାଜ୍ୟରେ ୧୦ ଲକ୍ଷ ଟପିବ ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଛି । ହେଲେ ଶିଶୁଙ୍କ ସଂକ୍ରମିତ ସଂଖ୍ୟା ଚିନ୍ତା ବଢାଉଛି । ସେହିପରି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିପାରେ । ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୯୧୭୩ ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୩୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

୯୮୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୨୩ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ ରହିଛନ୍ତି । ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, କେନ୍ଦ୍ରାପଡା, ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ରହିଛନ୍ତି । ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୁରଭଞ୍ଜରୁ ୩ ଜଣ ଲେଖାଁଏ ରହିଛନ୍ତି । ନୟାଗଡରୁ ଜଣେ ରହିଛନ୍ତି ।

Comments (0)
Add Comment