୧୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ୧୦ ହଜାର ଡେଇର୍ଛି ମୋଟ ସଂକ୍ରମିତଙ୍କ ସଂଖ୍ୟା । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୪ରେ ପହଞ୍ଚିଛି । ୨୪ ଘଣ୍ଟାରେ ୭୧ ହଜାର ୨୬୪ ନମୂନା ପରୀକ୍ଷା ହୋଇଥିବା ବେଳେ ସଂକ୍ରମଣ ହାର ରହିଛି ୧.୨୭% । ୨୪ ଘଣ୍ଟା ମଧ୍ୟରେ ୯୧୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୫୧ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୮୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୮ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୭୯ଜଣ ରହିଛନ୍ତି ।

ସେହିପରି ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୮୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଅନୁଗୁଳ ଏବଂ ଯାଜପୁର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଛନ୍ତି । କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।

Comments (0)
Add Comment