ପୁଣି ୨ ହଜାର ଉପରେ ସଂକ୍ରମଣ, ୬୫ ମୃତ୍ୟୁର ହିସାବ

ରାଜ୍ୟରେ ପୁଣି ୨ ହଜାର ଉପରେ ସଂକ୍ରମଣ ଚିହ୍ନଟ । ଗତ ୨୪ ଘଂଟାରେ ୬୯ ହଜାର ୨୮୭ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୨ ହଜାର ୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୨.୯୯% । ୧୧ଶହ ୯୨ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୮୨ ଜଣ ଅଛନ୍ତି । ଖୋର୍ଦ୍ଧାରୁ ୪୪୩, କଟକରୁ ୨୮୩, ପୁରୀ ୧୩୩, ଯାଜପୁର ୧୨୦, ବାଲେଶ୍ୱର ୧୧୫,ମୟୂରଭଂଜ ୧୧୫, ଭଦ୍ରକ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଆଉ ୬୫ କରୋନା ମୃତକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୯୫କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବରଗଡ଼ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ପୁରୀରୁ ୬ଜଣ ରହିଛନ୍ତି । ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଗଜପତି ଜିଲ୍ଲାରୁ ୩ଜଣ ରହିଛନ୍ତି । ବାଲେଶ୍ୱର , ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯କୁ ବୃଦ୍ଧି ପାଇଛି । ଏଥି ମଧ୍ୟରୁ ୨୨୮୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୮୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।

Comments (0)
Add Comment