ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗେଇଲେ ରାଜ୍ୟ ନିର୍ବାଚନ କମିଶନ

ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗେଇଲେ ରାଜ୍ୟ ନିର୍ବାଚନ କମିଶନ । ନିର୍ବାଚନ ପାଇଁ ନିର୍ଦ୍ଦେଶନାମା ଜାରି କଲେ ରାଜ୍ୟ ନିର୍ବାଚନ ଆୟୋଗ । ରାଜ୍ୟରେ ଯେକୌଣସି ସମୟରେ ପଞ୍ଚାୟତ ନିର୍ବାଚନ ନେଇ ପ୍ରକାଶ ପାଇବ ବିଜ୍ଞପ୍ତି । ବିଜ୍ଞପ୍ତି ପ୍ରକାଶ ଦିନ ଠାରୁ ଲାଗୁ ହେବ ଆଦର୍ଶ ଆଚରଣ ବିଧି । ଭୋଟ୍ ଗଣତି ଶେଷ ହେବା ପର୍ୟ୍ୟନ୍ତ ଏହି ଆଚରଣ ବିଧି ବଳବତ୍ତର ରହିବ । ଉଭୟ ଇଂରାଜୀ ଓ ଓଡ଼ିଆ ଭାଷାରେ ଆଚରଣ ବିଧି ସଂକ୍ରାନ୍ତ ମାର୍ଗଦର୍ଶିକା ପ୍ରକାଶ ପାଇବ । ନିର୍ବାଚନକୁ ଅବାଧ ଓ ସ୍ୱଛ କରିବା ପାଇଁ ଆର୍ଟିକିଲ ୨୪୩-କେରେ ଦିଆଯାଇଥିବା ସାମ୍ବିଧାନିକ କ୍ଷମତାର ବ୍ୟବହାର କରି ଏହି କୋଡ ଅଫ୍ କଣ୍ଡକ୍ଟ ପ୍ରସ୍ତୁତ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ ।
ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠାରୁ ଲାଗୁ ହେବ କୋଡ ଅଫ୍ କଣ୍ଡକ୍ଟ ଏବଂ ଗଣତି ଶେଷ ପର୍ୟ୍ୟନ୍ତ ଏହା ବଳବତର ରହିବ । ବିଜ୍ଞପ୍ତି ପରେ କୋଡ ଅଫ୍ କଣ୍ଡକ୍ଟ ବା ନିର୍ବାଚନ ଆଚରଣ ବିଧି ଲାଗୁ ପାଇଁ ପ୍ରସ୍ତୁତ ରହିବାକୁ ପଞ୍ଚାୟତ ରାଜ ବିଭାଗ, ସମସ୍ତ ଜିଲ୍ଲା ଓ ବ୍ଲକ ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି କମିଶନ । ଫେବ୍ରୁଆରୀ ମାସରେ ପଞ୍ଚାୟତ ନିର୍ବାଚନ କରିବାକୁ ଯୋଜନା କରିଛନ୍ତି କମିଶନ । ଏଥିପାଇଁ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କୁହାଯାଉଛି ।ସମ୍ବିଧାନର ଧାରା ୨୪୩-କେ ଓ ପଞ୍ଚାୟତ ଆଇନ୍ ଅନୁଯାୟୀ ମାର୍ଗଦର୍ଶିକା ପ୍ରକାଶ ପାଇବ । ଚଳିତ ଥର ଭୋଟ୍ ଗ୍ରହଣ ଦିନ ଗଣତି ହେବ ନାହିଁ । ଜୋନ୍ ତଥା ବ୍ଲକର ସାମଗ୍ରିକ ତ୍ରିସ୍ତରୀୟ ନିର୍ବାଚନ ସରିବା ପରେ ବ୍ଲକ୍ ମୁଖ୍ୟାଳୟରେ ଗଣତି କରାଯିବ । ୩ଟି ପର୍ୟ୍ୟାୟରେ ଗଣତି ଓ ୫ଟି ପର୍ୟ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଥିବା ବେଳେ ନିର୍ବାଚନ ଖର୍ଚ୍ଚ ରାଶି ସହ ଗାଡ଼ି ବ୍ୟବହାର ବୃଦ୍ଧି ନେଇ ଘୋଷଣା ହୋଇସାରିଛି ।

Comments (0)
Add Comment