ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ

ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ସକାଳ ୬ଟା ୩୦ରୁ ଦିନ ୧୦ଟା ୩୦ ଯାଏଁ ପାଠପଢା ହେବ । ସେହିପରି ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସକାଳ ୭ଟାରୁ ଦିନ ୧୧ଟା ୩୦ ପର୍ୟ୍ୟନ୍ତ କ୍ଲାସ ଚାଲିବ ।

ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁ ସାରିଲାଣି। ଅସହ୍ୟ ତାତିରେ କଲବଲ ହେଉଛନ୍ତି ଲୋକେ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାଙ୍କ ସୁରକ୍ଷା ଓ ସୁବିଧା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ୍‌ଗୁଡ଼ିକୁ ସକାଳୁଆ କରାଯାଇଛି।

ବିଦ୍ୟାଳୟରେ ପର୍ୟ୍ୟାପ୍ତ ପରିମାଣର ପିଇବା ପାଣି ମହଜୁଦ ରଖିବା ପାଇଁ କୁହାଯାଇଛି । କ୍ୟାମ୍ପସରେ କରୋନା ନିର୍ଦ୍ଦେଶାବଳୀକୁ ପାଳନ କରିବା ପାଇଁ ସ୍କୁଲ କର୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଖରାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କୁ ଛତା ବ୍ୟବହାର କରିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି ।

Comments (0)
Add Comment