ଆକାଶମାର୍ଗରୁ ଅନୁଧ୍ୟାନ କରିବେ ନବୀନ

ଲଗାଣ ବର୍ଷା ଓ ପବନ ଯୋଗୁଁ ଗଛ ଓ ଘର ଭାଙ୍ଗିପଡିଛି । ଗାଁ ଭିତରକୁ ସମୁଦ୍ର ପାଣି ମାଡିଯାଇଛି । ବାତ୍ୟା ୟାସ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଅଂଚଳକୁ ହେଲିକପ୍ଟରରେ ଯୋଗେ ଯାଇ ସ୍ଥିତି ଦେଖିବେ ମୁଖ୍ୟମନ୍ତ୍ରୀ । ଦିନ ସାଢେ ୧୨ଟେରା ଏରିଏଲ ଭ୍ୟୁ କରିବେ ମୁଖ୍ୟମନ୍ତ୍ରୀ । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଂଚଳରେ ପ୍ରାୟ ୧ ଘଂଟା ଅନୁଧ୍ୟାନ କରିବେ । ଏନେଇ ଚିଠିଲେଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଆଦିତ୍ୟ ମହାପାତ୍ର ।

ଗତକାଲି ବାତ୍ୟା ସମୀକ୍ଷା ବେଳେ ୨୪ ଘଣ୍ଟା ମଧ୍ୟରେ ବାତ୍ୟା ପ୍ରଭାବିତ ଅଞ୍ଚଲରେ ଯୋଗାଯୋଗ ପୁନରୁଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ୍ ଦିଆଯିବ ବୋଲି ଘୋଷଣା କରିଥିଲେ । ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡିକୁ ୨୪ ଘଂଟା ମଧ୍ୟରେ ମରାମତି କରାଯିବ ।ପ୍ରଭାବିତ ଜିଲ୍ଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରିଯିବ । ଖୁବ କମ ସମୟ ମଧ୍ୟରେ ତଳିଆ ଅଂଚଳରୁ ୫ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାରୁ ପଂଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ସେମାନଙ୍କ କାର୍ୟ୍ୟ ପାଇଁ ପ୍ରଶଂସା କରିଥିଲେ ମୁଖ୍ୟମନ୍ତ୍ରୀ।

ବାଲେଶ୍ବର ଜିଲ୍ଲାରେ ବେଶୀ କ୍ଷୟକ୍ଷତି ହୋଇଛି । ବିଭିନ୍ନ ସ୍ଥାନରେ ରାସ୍ତାରେ ବଡ଼ ବଡ଼ ଗଛ ପଡିଛି । ଲୋକଙ୍କ ଘର ଉପରେ ମଧ୍ୟ ପଡ଼ିଛି ଗଛ । ବିଦ୍ୟୁତ ଖୁଣ୍ଟି ଭାଙ୍ଗି ଯାଇଛି । ବଡ଼ ବଡ଼ ହୋର୍ଡିଂ ସବୁକୁ ଫିଙ୍ଗି ଦେଇଛି ପବନ । ପ୍ରଭାବିତ ଅଞ୍ଚଳରେ ଓଡ୍ରାଫ, ଏନଡିଆରଏଫ୍ ଓ ଅଗ୍ନିଶମ ବାହୀନି ଗଛ ପଡ଼ିଥିବା ସ୍ଥାନରେ ସଫେଇକୁ ଜୋରଦାର କରିଛନ୍ତି । ବିଭିନ୍ନ ଜିଲ୍ଲାରେ ୬୦ରୁ ଓଡ୍ରାଫ ଟିମ୍, ଏନଡିଆରଏଫର ୫୨ଟି ଟିମ୍ ଓ ଅଗ୍ନିଶମ ବାହିନୀର ଶହେରୁ ଅଧିକ ଟିମ୍ ମୁତୟନ ଅଛନ୍ତି ।

Comments (0)
Add Comment