ନମ୍ବର ୱାନ୍ ନବୀନ

ଏକ ନମ୍ବର ସ୍ଥାନରେ ନବୀନ । ଦେଶର ନମ୍ବର ୱାନ୍ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ । ଏହା ଆମେ କହୁନାହିଁ । ସି-ଭୋଟର ଓ ଏବିପି ଦେଶ୍ କା ମୁଡ୍ ସର୍ଭରୁ ଏହା ଜଣାପଡ଼ିଛି । ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତଙ୍କୁ ପଛରେ ପକାଇଛନ୍ତି ନବୀନ । ନବୀନ ପ୍ରଥମ ସ୍ଥାନରେ ଥିବା ବେଳେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେଜରିୱାଲ ।

ସି-ଭୋଟର ଓ ଏବିପି ଦେଶ୍ କା ମୁଡ୍ ପକ୍ଷରୁ ଏକ ସର୍ଭ କରାଯାଇଥିଲା । ସର୍ଭେ ଅନୁସାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ । ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ସେହିପରି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ତୃତୀୟରେ ଥିବାବେଳେ ଚତୁର୍ଥରେ କେରଳ ମୁଖ୍ୟମନ୍ତ୍ରୀ ପି.ବିଜୟନ, ପଞ୍ଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରହିଛନ୍ତି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଷଷ୍ଠ ସ୍ଥାନରେ, ସପ୍ତମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥିବାବେଳେ ଅଷ୍ଟମ ସ୍ଥାନରେ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ ।
ତେବେ ବିଜେପିର କୌଣସି ମୁଖ୍ୟମନ୍ତ୍ରୀ ଶ୍ରେଷ୍ଠ ପଂଚମରେ ନାହାଁନ୍ତି । ସର୍ଭେ ଅନୁସାରେ ଶ୍ରେଷ୍ଠ ୧୦ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ବିଜେପି ଶାସିତ ରାଜ୍ୟର ୩ ଜଣ ମୁଖ୍ୟମନ୍ତ୍ରୀ ତଳଆଡ଼ୁ ରହିଛନ୍ତି । ପୂର୍ବରୁ ଅନେକ ସର୍ଭେରେ ସମସ୍ତଙ୍କୁ ପଛରେ ପକାଇ ନବୀନ ଏକ ନମ୍ବର ହୋଇଥିବା ବେଳେ ଏବେବି ନବୀନଙ୍କ ଲୋକପ୍ରିୟତା ପୂର୍ବଭଳି ବଜାୟ ରହିଛି ।

Comments (0)
Add Comment