ଆଜିଠୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ରମ୍ଭ ହୋଇଛି। ସକାଳ ୯ଟାରୁ ଦିନ ସାଢ଼େ ୧୨ଟା ଯାଏ କ୍ଲାସ୍ରୁମ୍ରେ ପାଠ ପଢ଼ିବେ ଛାତ୍ରଛାତ୍ରୀ। ସାମାଜିକ ଦୂରତ୍ୱ ରକ୍ଷା କରି କ୍ଲାସ ରୁମରେ ସିଟିଂ ଆରେଞ୍ଜମେଣ୍ଟ ହୋଇଛି।ତେବେ ରବିବାର ଓ ଅନ୍ୟ ସରକାରୀ ଛୁଟି ଦିନରେ କ୍ଲାସ୍ ହେବ ନାହିଁ। କୋଭିଡ କଟକଣା ମଧ୍ୟରେ ପାଠପଢ଼ା ହେବ।
ଛାତ୍ରଛାତ୍ରୀମାନେ ଅଭିଭାବକଙ୍କର ଅନୁମତି ପତ୍ର ନେଇ ସ୍କୁଲ ଆସିଥିବା ବେଳେ ପ୍ରବେଶ ସମୟରେ ଛାତ୍ରଛାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ବିଏସଇ, ସିବିଏସଇ ଓ ଆଇସିଏସଇ ଏବଂ ରାଜ୍ୟ ସରକାରଙ୍କ ଅନୁମୋଦିତ ଅନ୍ୟାନ୍ୟ ବୋର୍ଡ ଅନ୍ତର୍ଗତ ସମସ୍ତ ସ୍କୁଲରେ ଆରମ୍ଭ ହୋଇଛି ନବମ ଶ୍ରେଣୀର ପାଠପଢ଼ା । ସ୍କୁଲ ଆସିବା ବାଧ୍ୟତାମୂଳକ ହେବନାହିଁ, ବାପାମାଆଙ୍କ ଅନୁମତି ନେଇ ସ୍କୁଲ ଆସିପାରିବେ ଛାତ୍ରଛାତ୍ରୀ । ଅନଲାଇନ ପାଠପଢ଼ା ମଧ୍ୟ ଜାରିରହିବ । ଅଫଲାଇନ କିମ୍ବା ଅନଲାଇନ ମୋଡରେ କ୍ଲାସ କରିପାରିବେ ପିଲା ।
ଜୁଲାଇ ୨୬ରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ୍ ଖୋଲିଛି। ସ୍କୁଲ୍ ଖୋଲିବା ପୂର୍ବରୁ ଭଲ ଭାବରେ ଶ୍ରେଣୀଗୃହ ଗୁଡ଼ିକ ସାନିଟାଇଜ୍ କରାଯାଇଥିଲା। ସାନିଟାଇଜର ଓ ଥର୍ମାଲ୍ ସ୍କ୍ରିନିଂ କରାଯାଇ ଛାତ୍ରଛାତ୍ରୀଙ୍କୁ ସ୍କୁଲ୍ ଭିତରକୁ ଛଡ଼ା ଯାଇଥିଲା।