ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା : ଆଉ ୩ ଗିରଫ

ବିଂଝାରପୁରର ବାଛୋଳରେ ସାମ୍ବାଦିକ ଆକ୍ରମଣ ଘଟଣାରେ ଆଉ ୩ ଜଣ ଗିରଫ ହୋଇଛନ୍ତି । ଏହି ଘଟଣାରେ ଏ ଯାଏଁ ଗିରଫଦାରୀଙ୍କ ସଂଖ୍ୟା ୧୫ରେ ପଂହଚିଛି । ପୂର୍ବରୁ ୧୨ ଜଣ ଗିରଫ ହୋଇ କୋର୍ଟଚାଲାଣ ହୋଇସାରିଛନ୍ତି । ତେବେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶ୍ରୀଧର ମଲ୍ଲିକ ଏବେ ବି ଫେରାର ଅଛି । 

ରବିବାରଦିନ ବୁଥ ଜବରଦଖଲ କରି ଭୋଟ ବାକ୍ସ ପୋଖରୀକୁ ଫିଙ୍ଗାଯାଉଥିବା ଭିଡିଓ ସୁଟ କରିଥିଲେ ସାମ୍ବାଦିକ । ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ୪୦ରୁ ୫୦ ଦୁର୍ବୃତ ମରଣାନ୍ତକ ଆକ୍ରମଣ କରିଥିଲେ । 

ଆକ୍ରମଣ କରୁଥିବାରୁ ଭିଜୁଆଲ କ୍ୟାମେରାରେ କଏଦ ହୋଇଥିଲା । ତିନି ଜଣ ସାମ୍ବାଦିକ ଆହତ ହୋଇ ପ୍ରଥମେ ବିଂଝାରପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ସେମାନଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା । ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ଆଇଜି ଯାଜପୁର ଏସପି ରାହୁଲ ପିଆରଙ୍କ ସହ ଆଲୋଚନା କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ ।

Comments (0)
Add Comment