ଯୁକ୍ତ ଦୁଇ ପରୀକ୍ଷା ବାତିଲ

କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । କରୋନାର ଦ୍ୱିତୀୟ ଲହର ଭୟଙ୍କର ସ୍ଥିତି ସୃଷ୍ଟି କରିଥିବା ବେଳେ ପ୍ରତିଟି ଜୀବନର ସୁରକ୍ଷା ଏବେ ରାଜ୍ୟ ସରକାରଙ୍କ ସବୁଠୁ ପ୍ରାଥମିକାତ ପାଲଟିଛି । ପରୀକ୍ଷାଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ଅଧିକ ଗୁରୁତ୍ୱପୂର୍ଣ୍ଣ । ପରୀକ୍ଷା ହୋଇଥିଲେ ଛାତ୍ରଛାତ୍ରୀ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ଛାତ୍ର ସମାଜର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଜୀବନ ଆଗ, ବାକି ସବୁ ପଛ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ । ଜୀବନ ସୁରକ୍ଷିତ ରହିଲେ ଆଗକୁ ସବୁକିଛି କରିହେବ। ପିଲାମନଙ୍କର ସ୍ୱାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ୱପୂର୍ଣ୍ଣ। ପିଲାମନଙ୍କର ସ୍ୱାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ୱପୂର୍ଣ୍ଣ। ବିଶେଷଜ୍ଞଙ୍କ ପରାମର୍ଶ ନେଇ ମୂଲ୍ୟାୟନର ମାପଦଣ୍ଡ ସ୍ଥିର କରିବାକୁ ଉଐଝଋକୁ ନିର୍ଦ୍ଦେଶ ଦିଆଯାଇଛି। ତା’ସହିତ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ମୂଲ୍ୟାୟନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ତେବେ ମୂଲ୍ୟାୟନରେ ଯେଉଁ ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ହେବ ସେମାନଙ୍କ ପାଇଁ ବି ବିକଳ୍ପ ରଖାଯାଇଛି। ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ। ପରିସ୍ଥିତି ସ୍ୱାଭାବିକ ହେଲେ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ। ମଙ୍ଗଳବାର କେନ୍ଦ୍ର ସରକାର ସିବିଏସ୍‌ଇର ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ରଦ୍ଦ କରିଥିଲେ ।

Comments (0)
Add Comment