ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା

ବାତ୍ୟା ୟାସ’ କ୍ଷୟକ୍ଷତିର ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ପହଂଚିଛନ୍ତି । ନରେନ୍ଦ୍ର ମୋଦି ଏକ ସ୍ୱତନ୍ତ୍ର ବିମାନ ରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଛନ୍ତି । ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ତାଙ୍କୁ ସ୍ବାଗତ ଜଣାଇଛନ୍ତି । ବିମାନବନ୍ଦରରେ ହିଁ ବାତ୍ୟା ୟକ୍ଷତିର ସମୀକ୍ଷା ବୈଠକରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହୋଇଛି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀ ମଧ୍ୟ ସମୀକ୍ଷା ବୈଠକରେ ଉପସ୍ଥିତି ଅଛନ୍ତି ।

ବାତ୍ୟା ସମୀକ୍ଷା ବୈଠକ ପରେ ଏରିଏଲ ସର୍ଭେରେ ଯିବେ ପ୍ରଧାନମନ୍ତ୍ରୀ । ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ବାଲେଶ୍ୱର ଭଦ୍ରକର ସ୍ଥିତି ଆକାଶ ମାର୍ଗରୁ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ଆକାଶ ମାର୍ଗରୁ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିବା ପରେ କିଛି ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ । ଏହା ପରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଅଞ୍ଚଳକୁ ଯାଇ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବାର କାର୍ୟ୍ୟକ୍ରମ ରହିଛି।

Comments (0)
Add Comment