ଫେବ୍ରୁଆରୀ ପହିଲାରୁ ଖୋଲିବ ଶ୍ରୀମନ୍ଦିର । ଶ୍ରଦ୍ଧାଳୁମାନେ ପୁଣି କରିପାରିବେ ଜଗାଦର୍ଶନ । ଶ୍ରୀମନ୍ଦିର ଖୋଲିବା ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସୂଚନା ମୁତାବକ ପୂର୍ବଭଳି ରବିବାର ଜଗାଦର୍ଶନ ବନ୍ଦ ରହିବ । ସପ୍ତାହର ୬ ଦିନ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ପ୍ରବେଶ ଅଧିକାର ପାଇବେ ।
ପୂର୍ବପରି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପୁରୀ ସହରବାସୀ ପ୍ରବେଶ କରିବେ। ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ବୋଲି ଜିଲ୍ଲାପାଳ କହିଛନ୍ତି।ପ୍ରତି ରବିବାର ବନ୍ଦ ରହିବ ଶ୍ରୀମନ୍ଦିର। ସେହି ଦିନ ମନ୍ଦିର ସାନିଟାଇଜ୍ କରାଯିବ।ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବାରୁ ଶ୍ରୀମନ୍ଦିରକୁ ବନ୍ଦ କରିଦିଆଯାଇଥିଲା।ଜାନୁଆରୀ ୧୦ ତାରିଖରୁ ୩୧ ତାରିଖ ପର୍ୟ୍ୟନ୍ତ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିଲା ।