ଆଜିଠୁ ପୁଣି ଭିଜିବ ଓଡ଼ିଶା

ଆଜିଠୁ ପୁଣି ଭିଜିବ ଓଡ଼ିଶା । ପଶ୍ଚିମା ଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଭାବ ପଡ଼ିବ । ଆସନ୍ତାକାଲି ସକାଳ ପର୍ୟ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ।
ଆସନ୍ତା ୨ ଦିନ ରାଜ୍ୟ‌ର ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରି ଯାଏ ବୃଦ୍ଧି ପାଇବ। ଶୀତ କମିବ। ଫେବ୍ରୁଆରି ୧୧ରୁ ପୁଣି ପାରଦ ତଳମୁହାଁ ହେବ ଓ ଶୀତ ବଢ଼ିବ । ଗତ ୨୪ ଘଣ୍ଟାରେ ଓଡ଼ିଶାରେ ପାଗ ଶୁଖିଲା ଓ ଖରାଟିଆ ରହିଥିଲା । ଆଜି ସକାଳୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲକା କୁହୁଡ଼ି ପଡ଼ିଥିବା ପରିଲକ୍ଷିତ ହୋଇଛି ।

Comments (0)
Add Comment