ଆଜିଠୁ ବଢିବ ବର୍ଷା!

ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆଜି ଓଡ଼ିଶା ଉପକୂଳ ଛୁଇଁବ। ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ଓ ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବର୍ଷା ହେବ । ୧୯ରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
ରାଜ୍ୟରେ ଆଜିଠାରୁ ବର୍ଷା ବଢ଼ିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଗତକାଲି ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଏହା ଦକ୍ଷିଣ-ପଶ୍ଚିମ ଆଡ଼କୁ ଢ଼ଳି ରହିଥିବା ବେଳେ ଆସନ୍ତା ୧୨ଘଣ୍ଟାରେ ଓଡ଼ିଶା ଉପକୂଳ ସ୍ପର୍ଶ କରିବ, ଫଳରେ ରାଜ୍ୟରେ ବର୍ଷା ବଢ଼ିବ।
ଆଜି ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ୮ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ସେହିଭଳି ୨୦ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

Comments (0)
Add Comment