ଜଗା ଦର୍ଶନ ବନ୍ଦ

ଆଜି ଓ ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଏହି ୨ ଦିନ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ। ଆଜି ଶ୍ରୀମନ୍ଦିରରେ ସାନିଟାଇଜ୍‌ ହେବାକୁ ଥିବାବେଳେ କାଲି ବଡ଼ ଏକାଦଶୀ ପଡ଼ୁଛି । ତେଣୁ ଏହି ୨ ଦିନ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ। ମନ୍ଦିର ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

ଦୀପାବଳି ଦିନ ମଧ୍ୟ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ବଡ଼ବଡୁଆ ଡାକିବା ଉପରେ କଟକଣା ଲଗାଯାଇଥିଲା । ନଭେମ୍ବର ୧ ଠାରୁ ଶ୍ରୀମନ୍ଦିରରେ ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର ନୂତନ ମାର୍ଗଦର୍ଶିକା ଅନୁଯାୟୀ, ପୁରୀବାସୀ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ। ଦର୍ଶନ ପରେ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ। ଏଥିପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏହା ସହ ଦୁଇଟି କିଓସ୍କ କରାଯାଇଛି।

Comments (0)
Add Comment