ଭାରତକୁ ଆଉ ଏକ ପଦକ

ଟୋକିଓ ପାରାଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ । ଶୁଟିଂରେ ବ୍ରୋଞ୍ଜ ପଦକ ଦେଇଛନ୍ତି ସିଂହରାଜ ଅଧାନା। ସିଂହରାଜ ପୁରୁଷ ୧୦ ମିଟର୍ ଏୟାର ପିସ୍ତଲ ଏସଏଫ୍-୧ ଇଭେଣ୍ଟରେ ଏହି ସଫଳତା ହାସଲ କରିଛନ୍ତି। ଫାଇନାଲରେ ସିଂହରାଜ ୨୧୬.୮ ସ୍କୋର ସହ ତୃତୀୟ ସ୍ଥାନ ହାସଲ କରି ବ୍ରୋଞ୍ଜ ପଦକ ନିଜ ନାଁରେ କରିଛନ୍ତି। ଏଥିସହ ଶୁଟିଂରେ ଭାରତ ଦ୍ୱିତୀୟ ପଦକ ହାତେଇଛି। ତାଙ୍କ ପୂର୍ବରୁ ମହିଳା ୧୦ ମିଟର୍ ରାଇଫଲ୍ ଏସଏସ୍-୧ ଇଭେଣ୍ଟରେ ଅବନୀ ଲେଖନା ଭାରତ ଖାତାରେ ସ୍ୱର୍ଣ୍ଣ ପଦକ ଦେଇଥିଲେ।
ଟୋକିଓ ପାରାଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୮ରେ ପହଞ୍ଚିଛି। ଭାରତ ଚଳିତ ଗେମ୍ସରେ ୨ ସ୍ୱର୍ଣ୍ଣ, ୪ ରୌପ୍ୟ ଓ ୨ ବ୍ରୋଞ୍ଜ ପଦକ ଜିତିଛି। ଗତକାଲି ଭାରତ ୫ ପଦକ ହାତେଇଥିଲା ।ଏଥିରେ ୨ଟି ସୁନା ଥିଲା ।

Comments (0)
Add Comment