ଝାରପଡା ହାଟ ଉଚ୍ଛେଦକୁ ବିରୋଧ

ଭୁବନେଶ୍ୱର ସ୍ଥିତ ଝାରପଡ଼ାରେ ଥିବା ଗଣେଶ ମଣ୍ଡପ ହାଟ ଭଙ୍ଗାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ବିନା ନୋଟିସରେ ଉଚ୍ଛେଦ କରାଯାଉଥିବାରୁ ବ୍ୟବସାୟୀମାନେ ଏହାକୁ ବିରୋଧ କରିଛନ୍ତି। କାଲି ରାତି ୯ଟାରେ ସୂଚନା ଦେଇ ସକାଳୁ ଉଚ୍ଛେଦ ହେଉଥିବାରୁ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ପରସ୍ଥିତି ନିୟନ୍ତ୍ରଣ ପାଇଁ ୧୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ଝାରପଡ଼ା ଅଞ୍ଚଳର ପ୍ରାୟ ଲୋକ ଏହି ଛକରେ ଦୋକନ କରି ଚଳୁଥିବା ବେଳେ ହଠାତ୍ ବିଏମସିର ଉଚ୍ଛେଦ ଲୋକଙ୍କ ଜୀବନ ଜୀବିକା ଉପରେ ପ୍ରଭାବ ପକାଇଛି ।
ଉତ୍ତ୍ୟକ୍ତ ବ୍ୟବସାୟୀ ଓ ସ୍ଥାନୀୟ ଲୋକମାନେ ଲକ୍ଷ୍ମୀସଗାର ଗୋଲେଇ ଛକ ନିକଟରେ କଟକ -ପୁରୀ ରୋଡର ଝାରପଡା ଓଭରବ୍ରିଜ ନିକଟରେ ରାସ୍ତାରୋକ କରିଛନ୍ତି। ରାସ୍ତା ଅବରୋଧ ଯୋଗୁ ଶହଶହ ଗାଡ଼ି ଅଟକି ରହିଛି।

Comments (0)
Add Comment