୨୮ରୁ ସ୍କୁଲ ଆସିବେ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲା

ବଦଳିଲା ସ୍କୁଲ ଖୋଲିବା ନିଷ୍ପତ୍ତି । ୧୪ ନୁହେଁ ୨୮ ତାରିଖରୁ ସ୍କୁଲ ଆସିବେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ । ୧୪ ତାରିଖରେ ସ୍କୁଲ ଖୋଲିବ ଏବଂ କେବଳ ଶିକ୍ଷକ, ଶିକ୍ଷୟିତ୍ରୀ ସ୍କୁଲ ଆସିବେ । ରାଜ୍ୟ ସରକାର ଆସନ୍ତା ୧୪ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବା ନେଇ ଘୋଷଣା କରିଥିଲେ । ହେଲେ ଏନେଇ ଜିଲ୍ଲାପାଳମାନେ ଅଧିକ ସମୟ ମାଗିଥିଲେ । ଏତେ ଶୀଘ୍ର ସ୍କୁଲକୁ ସଫା ଓ ସରଞ୍ଜାମର ମରାମତି ପାଇଁ ଅଧିକ ସମୟ ଆବଶ୍ୟକ ବୋଲି ଜିଲ୍ଲାପାଳମାନେ କହିଥିଲେ । ତେଣୁ ଏହାକୁ ଦୃଷ୍ଟି ରଖି ଏବେ ସ୍କୁଲକୁ ୨୮ ତାରିଖରେ ପିଲାମାନେ ଆସିବେ ବୋଲି ନିଷ୍ପତ୍ତି ନିଆଯାଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଏ ସମ୍ପର୍କିତ ଏକ ନିର୍ଦ୍ଦେଶନାମା ବି ସେ ଜାରି କରିଛନ୍ତି ।

Comments (0)
Add Comment