ଗୁରୁ ଦିବସ ପୂର୍ବରୁ ସବୁ ଶିକ୍ଷକଙ୍କୁ ଟିକା

ଗୁରୁ ଦିବସ ପୂର୍ବରୁ ସବୁ ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା ।ଆସନ୍ତା ସେପ୍ଟେମ୍ବର ୫ ଗୁରୁ ଦିବସ ପୂର୍ବରୁ ସବୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ପ୍ରଦାନ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ସବୁ ରାଜ୍ୟକୁ କହିଛନ୍ତି।
ସ୍କୁଲ୍‌ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପ୍ରାଥମିକତା ଭିତ୍ତିରେ କରୋନା ଟିକା ଦେବାକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଛନ୍ତି।

ଏଇ ମାସରେ ରାଜ୍ୟ ଗୁଡ଼ିକୁ ଅଧିକ ୨ କୋଟି ଡୋଜ୍ ଦିଆଯିବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଅନେକ ରାଜ୍ୟରେ ଏବେ ଧୀରେ ଧୀରେ ସ୍କୁଲ ଖୋଲୁଛି, ତେଣୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଟିକା ପ୍ରଦାନ ନେଇ ଗୁରୁତ୍ୱ ଦିଆଯାଉଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକୁ ୫୮.୦୭ କୋଟିରୁ ଅଧିକ କରୋନା ଭ୍ୟାକ୍‌ସିନ୍‌ ପ୍ରଦାନ କରାଯାଇଛି।

Comments (0)
Add Comment