THE BYAPINI

ଏକାମ୍ର କ୍ଷେତ୍ର ପାଇଁ ୧୦୩ କୋଟି

Get real time updates directly on you device, subscribe now.

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ନବୀନ ପଟ୍ଟନାୟକ ଭୁବନେ ପୁରୁଣା ଭୁବନେଶ୍ବର ଲିଙ୍ଗରାଜ ମାର୍କେଟ କମପ୍ଲେକ୍ସଠାରେ ଆୟୋଜିତ ଳୋକାର୍ପଣ ଉତ୍ସବରେ ଭର୍ଚୁଆଲରେ ଯୋଗ ଦେଇ ଏହି ପ୍ରକଳ୍ପଗୁଡ଼ିକର ଳୋକାର୍ପଣ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ୟ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି । ଏହା ଶେଷ ହେଲେ ଭୁବନେଶ୍ୱରର ଗରିମା ଆହୁରି ବୃଦ୍ଧି ପାଇବ । ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍ ଟ୍ୟାପର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ପୁରୀର ଜନସାଧାରଣ ସଂପୁର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି । ବର୍ତ୍ତମାନ ପୁରୁଣା ଭୁବନେଶ୍ୱରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ । ବର୍ତ୍ତମାନ ପୁରୁଣା ଭୁବନେଶ୍ବରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ । ବିକାଶ ଓ କଲ୍ୟାଣ ସରକାରଙ୍କର ମୁଖ୍ୟ ପରିଚୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ । ଏହା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିପ୍ଳବ ଆଣିଛି ବୋଲି ସେ କହିଥିଲେ ।
ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପ ଗୁଡିକ ହେଉଛି – ଏକାମ୍ର ଅଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳଯୋଗାଣ, ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ, କପିଳେଶ୍ବରରେ ଗଙ୍ଗୁଆ ବାମପାର୍ଶ୍ବ କେନାଲ ବନ୍ଧରେ ଦୁଇ ଲେନ୍‌ ବିଶିଷ୍ଟ ରାସ୍ତା, କେଦାରଗୌରୀ ମନ୍ଦିରରୁ ଅପରିସ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରୋଡ୍‌ରେ ବକ୍‌ସ କଲ୍‌ଭଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦା ମାନଙ୍କର ଥଇଥାନ, ସମ୍‌ ହସ୍‌ପିଟାଲ ରାସ୍ତାର ଆଲୋକୀକରଣ , ଧଉଳି ଶାନ୍ତିସ୍ତୂପର ସୌନ୍ଦର୍ୟ୍ୟକରଣ, ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ଦୟା ଦକ୍ଷିଣ ବନ୍ଧ ଉପରେ ରାସ୍ତା ନିର୍ମାଣ, କୂଆଖାଇ ଦକ୍ଷିଣବନ୍ଧର ପୁନରୁଦ୍ଧାର, ଦୟା ନଦୀ ଦକ୍ଷିଣ ବନ୍ଧର ସୁଦୃଢୀକରଣ ଓ ଉନ୍ନତିକରଣ । ଏହି କାର୍ୟ୍ୟକ୍ରମରେ ବି.ଏମ.ସି କମିଶନର ଶ୍ରୀ ସଂଜୟ ସିଂହ, ଖୋର୍ଦ୍ଧା ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.