ସିଲ ହେବ ଭୁବନେଶ୍ୱର ଏସବିଆଇ ମୁଖ୍ୟାଳୟ
ଋାଜ୍ୟରେ ପୁଣି ଫେରିଛି କରୋନା ସଂକ୍ରମଣ ଭୟ । କାୟା ମେଲାଉଛି କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ବଢିବଢି ଚାଲିଛି । ଖୁବଶୀଘ୍ର ସିଲ୍ ହେବ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଭୁବନେଶ୍ୱର ସ୍ଥିତ ମୁଖ୍ୟ କାର୍ଯ୍ୟାଳୟ । ସ୍ବିଆଇ ଶାଖାରୁ ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି ବିଏମ୍ସି ।
୨ ଦିନ ପାଇଁ ସିଲ ହେବ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଭୁବନେଶ୍ୱର ସ୍ଥିତ ମୁଖ୍ୟ କାର୍ଯ୍ୟାଳୟ । ବିଏମସି କମିସନର ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସୂଚନା । ସେହିପରି ଭୁବନେଶ୍ୱର ରେଳଷ୍ଟେସନରୁ ପ୍ରଥମ ଥର ପାଇଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଉଭୟ ସଂକ୍ରମିତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଉଭୟଙ୍କ କଣ୍ଟାକ୍ଟ ଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରୀ ଉପରେ ଚାଲିଛି ତନାଘନା । ଆକ୍ରାନ୍ତ ଚିହ୍ନଟ ପରେ ଟେଷ୍ଟିଂ ପ୍ରକ୍ରିୟାକୁ ତ୍ୱରାନ୍ଖଚ୍ଛ କରାଯାଇଛି । ବିଏମସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ ଏନେଇ ସୂଚନା ।
ରାଜ୍ୟରେ ଗତ ୨୪ ଘଂଟାରେ ୪୭୧ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ବାରେଣ୍ଟାଇନରୁ ୨୭୮, ଲୋକାଲ କେସ୍ ୧୯୩ । ୨୭ ଜିଲ୍ଲା ଓ ଷ୍ଟେଟପୁଲରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ସର୍ବାଧିକ ୮୫ ଜଣ ଚିହ୍ନଟ ହୋଇଛନ୍ତି ।