ବିଗ୍ ବସ୍ ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କ ଦେହାନ୍ତ
ପରଲୋକରେ ଅଭିନେତା ସିଦ୍ଧାର୍ଥ ଶୁକ୍ଲା । ୪୦ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ । ମୁମ୍ବାଇର କପୁର ହସ୍ପିଟାଲରେ ପରଲୋକ । ବିଗ୍ ବସ୍ ବିଜେତା ଥିଲେ ସିଦ୍ଧାର୍ଥ ଶୁକ୍ଳା । ଲୋକପ୍ରିୟ ଟେଲି ଅଭିନେତା ଥିଲେ ସିଦ୍ଧାର୍ଥ ।
ଗତକାଲି ରାତିରେ ସିଦ୍ଧାର୍ଥ ଶୋଇବା ପୂର୍ବରୁ କିଛି ଔଷଧ ଖାଇଥିଲେ। କିନ୍ତୁ ଆଜି ସକାଳେ ସେ ଆଉ ଉଠିନଥିଲେ। ଏହାପରେ ପରିବାର ଲୋକେତ ସକାଳ ପ୍ରର୍ୟ ସାଢ଼େ ୯ଟା ବେଳେ ମୁମ୍ବାଇର କୁପର ହସ୍ପିଟାଲକୁ ନେଇଯାଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ଏବଂ ହୃଦ୍ଘାତ ହୋଇଥିବା କହିଥିଲେ।
ବିଗ୍ ବସ୍ ସିଜିନ୍ ୧୩ର ସେ ବିଜେତା ମଧ୍ୟ ହୋଇଥିଲେ। ହଠାତ୍ ତାଙ୍କ ମୃତ୍ୟୁ ଖବର ଏବେ ସମସ୍ତଙ୍କୁ ଏକ ବଡ ଝଟ୍କା ଦେଇଛି। ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳି ଯାଇଛି। ବିଶେଷ କରି ବିଗ୍ ବସ୍ ଜିତିବା ପରେ ତାଙ୍କର ଭାଗ୍ୟ ବଦଳି ଯାଇଥିଲା ଏବଂ ଦିନକୁ ଦନ ତାଙ୍କର ଫ୍ୟାନ୍ଙ୍କ ସଂଖ୍ୟା ମଧ୍ୟ ଶୀର୍ଷ ଛୁଇଁଥିଲା। ମୁମ୍ବାଇରେ ୧୨ ଡିସେମ୍ବର ୧୯୮୦ରେ ଜନ୍ମ ଗ୍ରହଣ କରିଥିଲେ । ମଡେଲିଂରୁ ନିଜ କ୍ୟାରିୟର ଆରମ୍ଭ କରିଥିଲେ । ୨୦୦୪ରେ ସେ ଟିଭିରେ ଡେବ୍ୟୁ କରିଥିଲେ । ୨୦୦୮ରେ ବାବୁଲ କା ଆଙ୍ଗନ ଛୁଟେ ନା ଟିଭି ସିରିୟଲ ରେ ତାଙ୍କୁ ଦେଖିବାକୁ ମିଳିଥିଲା । କିନ୍ତୁ ବାଳିକା ବଧୁ ସିରିୟଲ ସିଦ୍ଧାର୍ଥଙ୍କୁ ନୂଆ ପରିଚୟ ଦେଇଥିଲା ।