ଥାନା ଭିତରେ ଭୟଙ୍କର ବିସ୍ଫୋରଣ
ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ । ବିସ୍ଫୋରଣରେ ମାଟିରେ ମିଶିଲା ବଳଙ୍ଗା ଥାନା । ଥାନାର କାନ୍ଥ ଭୁଶୁଡ଼ି ପଡ଼ିଛି । କୌଣସି ଜବତ ବିସ୍ଫୋରକ ସାମଗ୍ରୀ ବିସ୍ଫୋରଣ ହୋଇଥିବା ଅନୁମାନ କରାଯାଉଛି। ବଳଙ୍ଗା ଥାନା ଦ୍ୱାରା ଯେଉଁ ସବୁ ବିସ୍ଫୋରକ ଜବତ କରି ମାଲଖାନାରେ ରଖାଯାଇଥିଲା। ତା କୌଣସି କାରଣବଶତଃ ବିସ୍ଫୋରଣ ହୋଇଥିଲା। ତେବେ ସୌଭାଗ୍ୟବଶତଃ ଥାନାର ସେଣ୍ଟ୍ରି ସରୋଜ ବେହେରା ବର୍ତ୍ତି ଯାଇଛନ୍ତି। ବିସ୍ଫୋରଣରେ ଥାନାର ଛାତ ଉଡିଯିବା ସହ ସମସ୍ତ ଆସବାବପତ୍ର ପୋଡିଯାଇଛି।
ବିସ୍ଫୋରଣର ଶବ୍ଦ ଏତେ ଭୟଙ୍କର ଥିଲା ଯେ ଆଖପାଖ ଲୋକ ଭୟଭୀତ ହୋଇ ପଡ଼ିଥିଲେ । ପିପିଲି ଏସଡିପିଓ ଘଟଣାସ୍ଥଳରେ ପହଂଚି ଅନୁଧ୍ୟାନ କରିଛନ୍ତି । ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଏସଡିପିଓ କହିଛନ୍ତି । ଥାନାରେ ଜବତ ହୋଇ ରହିଥିବା ବାଣ କିମ୍ବା ବ୍ୟବହାର ହେଉଥିବା ବ୍ୟାଟେରୀ ବିସ୍ଫୋରଣ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି । ଥାନା ଭିତରର ସବୁ ଆସବାବପତ୍ର ଛିନଛତ୍ର ହୋଇପଡିଛି। ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସମେତ, କମ୍ପ୍ୟୁଟର, ଟେବୁଲ, ଚେୟାର ସବୁ ନଷ୍ଟ ହୋଇଛି।