ଜାନୁଆରୀ ୩୧ରୁ ସଂସଦର ବଜେଟ୍ ଅଧିବେଶନ
ଜାନୁଆରୀ ୩୧ ତାରିଖରୁ ସଂସଦର ବଜେଟ୍ ଅଧିବେଶନ । ଫେବୃଆରୀ ୧ରେ ସଂସଦରେ ଉପସ୍ଥାପିତ ହେବ ବଜେଟ୍ । ଜାନୁଆରୀ ୩୧ ତାରିଖରେ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ, ଫେବୃଆରୀ ୧ ତାରିଖରେ କେନ୍ଦ୍ରୀୟ ବଜେଟ୍ ସଂସଦରେ ଉପସ୍ଥାପିତ ହେବ । ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ ସଂସଦରେ ଚଳିତ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ । ସଂସଦର ବଜେଟ୍ ଅଧିବେଶନ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି ।
ଦୁଇଟି ପର୍ୟ୍ୟାୟରେ ବସିବ ସଂସଦର ବଜେଟ୍ ଅଧିବେଶନ । ପ୍ରଥମ ପର୍ୟ୍ୟାୟ ଅଧିବେଶନଟି ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହୋଇ ଫେବୃଆରୀ ୧୧ ପର୍ୟ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ୱିତୀୟ ପର୍ୟ୍ୟାୟ ଅଧିବେଶନ ମାର୍ଚ୍ଚ ୧୪ରୁ ଏପ୍ରିଲ ୮ ତାରିଖ ପର୍ୟ୍ୟନ୍ତ ଚାଲିବ । ତେବେ ଏହି ଅଧିବେଶନରେ କେନ୍ଦ୍ର ସରକାର ବଜେଟ୍ ଉପସ୍ଥାପନ କରିବା ସହିତ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ମଧ୍ୟ ଆଲୋଚନା କରିପାରନ୍ତି ବୋଲି ସୂଚନା ମିଳୁଛି ।