THE BYAPINI

ଭୁବନେଶ୍ୱରରେ ହେବ ବାଗଚି-ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ

Get real time updates directly on you device, subscribe now.

ଓଡିଶାକୁ ବାଗଚୀ ଦମ୍ପତ୍ତିଙ୍କ ବଡ଼ ଭେଟି । ରାଜ୍ୟରେ ପ୍ରତିଷ୍ଠା ହେବାକୁ ଯାଉଛି ଦୁଇଟି ନୂଆ ହସ୍ପିଟାଲ । ଆଉ ଏଥିପାଇଁ ସହାୟତାର ହାତ ବଢାଇବେ ସୁବ୍ରତ ବାଗଚୀ ଓ ତାଙ୍କ ପତ୍ନୀ ସୁସ୍ମିତା ବାଗଚୀ । ସୁବ୍ରତ ବାଗଚୀ ଓ ସସ୍ମିତା ବାଗଚୀ ୩ଶହ ୪୦ କୋଟି ଟଙ୍କା ଅନୁଦାନ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଏହାକୁ ମଂଜୁରୀ ମିଳିଛି ।

ଭୁବନେଶ୍ୱରରେ ପ୍ରତିଷ୍ଠା ହେବାକୁ ଯାଉଛି କ୍ୟାନସର ହସ୍ପିଟାଲ । ଏହି କ୍ୟାନସର ହସ୍ପିଟାଲ ପ୍ରସ୍ତାବକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ । ବାଗଚି-ଶ୍ରୀ ଶଙ୍କର କର୍କଟ ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ କ୍ୟାବିନେଟରେ ମଂଜୁରୀ ମିଳିଛି । କ୍ୟାନସର ହସ୍ପିଟାଲ ପାଇଁ ସୁବ୍ରତ-ସୁସ୍ମିତା ବାଗଚୀ ଦେବେ ୨୧୦ କୋଟି ଟଙ୍କା । କ୍ୟାନସର ହସ୍ପିଟାଲ ପାଇଁ ଇନଫୋସିଟି-୨ରେ ରାଜ୍ୟ ସରକାର ୨୦ ଏକର ଜମି ଯୋଗାଇଦେବେ । ଜାନୁଆରୀ ୨୦୨୪ ସୁଦ୍ଧା ୨୫୦ ଶଯ୍ୟାରେ ଚିକିତ୍ସା ସୁବିଧା ମିଳିବ । ସଂପୂର୍ଣ୍ଣ ମାଗଣା ଚିକିତ୍ସା ପାଇଁ ୨୫ ପ୍ରତିଶତ ଶଯ୍ୟା ଅଲଗା ରଖାଯିବ ।

ସେହିପରି ଭୁବନେଶ୍ୱରରେ ହେବ ବାଗଚୀ କରୁଣାଶ୍ରୟ ପାଲିଏଟିଭ କେୟାର ସେଣ୍ଟର । ପ୍ରଥମ ଥର ପାଇଁ ରାଜ୍ୟରେ ପ୍ରତିଷ୍ଠା ହେବ କରୁଣାଶ୍ରୟ କେନ୍ଦ୍ର । ଏଥିପାଇଁ ୧୩୦ କୋଟି ଟଙ୍କା ଦେବେ ବାଗଚୀ ଦମ୍ପତି ।ପାଲିଆଟିଭ କେୟାର ସେଣ୍ଟର ପାଇଁ ରାଜ୍ୟ ସରକାର ମାଗଣାରେ ୨୦ ଏକର ଜମି ଯୋଗାଇଦେବେ । ଏହି ସେଣ୍ଟରରେ ରୋଗୀଙ୍କୁ ସଂପୂର୍ଣ୍ଣ ମାଗଣା ଚିକିତ୍ସା ମିିଳିବ । ଏହି ପାଲିଆଟିଭ କେୟାର ସେଣ୍ଟରରେ ପ୍ରଥମେ ୧୦୦ ଶଯ୍ୟାବିଶିଷ୍ଟ ରୋଗୀସେବା ଆରମ୍ଭ କରାଯିବ , ଆଉ ତା’ପରେ ଏହାକୁ ସଂପ୍ରସାରଣ କରାଯିବାର ବ୍ୟବସ୍ଥା କରାଯିବ ।

Get real time updates directly on you device, subscribe now.

Leave A Reply

Your email address will not be published.