THE BYAPINI

୩୧ରେ ଆସିବ ସିବିଏସ୍ଇ ପରୀକ୍ଷା ତାରିଖ

Get real time updates directly on you device, subscribe now.

ଖୁବଶୀଘ୍ର ଉଈଝଋ ପରୀକ୍ଷା ତାରିଖ ଘୋଷଣା କରିବେ କେନ୍ଦ୍ର ସରକାର । ଡିସେମ୍ବର ୩୧ ସଂଧ୍ୟା ୬ଟା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ସିବିଏସଇ ଦ୍ବାରା ପରିଚାଳିତ ୧୦ମ ଓ ୧୨ଶ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିବେ । ଏ ସମ୍ପର୍କରେ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

୨୦୨୧ରେ କେଉସବୁ ପରୀକ୍ଷା କେବେ ହେବ ଏନେଇ ଘୋଷଣା କରିବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ଏକ ଓ୍ବେବିନାରରେ ଯୋଗ ଦେଇ ମନ୍ତ୍ରୀ କହିଥିଲେ ଯେ ବୋର୍ଡ ପରୀକ୍ଷା ଘୁଞ୍ଚାଇବାକୁ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଅନୁରୋଧ କରୁଛନ୍ତି । ଦେଶରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ଫେବ୍ରୁଆରିରେ ପରୀକ୍ଷା କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି । ପରୀକ୍ଷା କରାଯିବା ସମ୍ପର୍କରେ ନିଷ୍ପତ୍ତି ପରବର୍ତ୍ତୀ କାଳରେ ନିଆଯିବ ବୋଲି ସେ ସୂଚନା ଦେଇଥିଲେ । ସେ ଆହୁରି ମଧ୍ୟ ସ୍ପଷ୍ଟ କରିଦେଇଥିଲେ ଯେ ସିବିଏସଇ ୧୦ମ ଓ ୧୨ଶ ବୋର୍ଡ ପରୀକ୍ଷା ଅଫଲାଇନ ମୋଡରେ ହିଁ ହେବ । କାରଣ ଅନେକ ପରୀକ୍ଷା କେନ୍ଦ୍ର ଗ୍ରାମାଞ୍ଚଳରେ ରହିଛି । ଅନ୍ୟପକ୍ଷରେ ପରୀକ୍ଷାକୁ ବାତିଲ କରି ପିଲାମାନଙ୍କୁ ପାସ କଲେ ତାହା ପିଲାମାନଙ୍କ ପ୍ରତି ଅବିଚାର ହେବ । କାରଣ ଭବିଷ୍ୟତରେ ସେମାନଙ୍କୁ କୋଭିଡ ସମୟର ପିଲା ବୋଲି କୁହାଯାଇପାରେ । ଏହା ସେମାନଙ୍କୁ ଉଚ୍ଚ ଶିକ୍ଷା, ଚାକିରି ଆଦି ବେଳେ ସମସ୍ୟାରେ ପକାଇପାରେ ।
୨୦୨୦ ବର୍ଷରେ କରୋନା ଯୋଗୁଁ ସିବିଏସଇର କେତେକ ପରୀକ୍ଷା ବିଳମ୍ବିତ ହୋଇଥିଲା । ଏପରିକି କୋଭିଡ୍ ପାଇଁ କ୍ଲାସ୍ ରୁମ୍ ପରିବର୍ତ୍ତେ ଅନଲାଇନରେ ପାଠପଢ଼ା ଚାଲିଛି । ଏସବୁ ଭିତରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପରୀକ୍ଷା ତାରିଖ ଘୋଷଣା କରିବେ । ଯାହାକୁ ନେଇ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.